Wednesday, April 8, 2026
22.9 C
Odisha

    ବିଜେପିରେ ଯୋଗ ଦେଲେ ପୂର୍ବତନ ରାଜ୍ୟସଭା ସାଂସଦ ସୁଜିତ କୁମାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଅବଶେଷରେ ସୁଜିତ କୁମାର ବିଜେପିରେ ଦେଇଛନ୍ତି। ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସୁଜିତ କୁମାର ପଦ୍ମ ଧରିଛନ୍ତି। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଟକ ସାଂସଦ ଭର୍ତ୍ତୃହରି ମହତାବ, ଦଳର ସାଧାରଣ ସଂପାଦକ ଅରୁଣ ସିଂ ଓ ଓଡ଼ିଶା ବିଜେପି ପ୍ରଭାରୀ ବିଜୟସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ସେ ବିଜେପିରେ ଯୋଗ ଦେଇଛନ୍ତି। ଏହି ଅବସରରେ ସୁଜିତ କୁମାରଙ୍କ ଭଳି ଜଣେ ଗୁଣୀ ସାମାଜିକ କର୍ମୀଙ୍କୁ ଦଳରେ ପାଇ ଅନ୍ୟନ୍ତ ଖୁସି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବିଜେପିରେ ଯୋଗ ଦେବା ପରେ ପୂର୍ବ ବିଜେଡି ସରକାର ଉପରେ ବର୍ଷିଛନ୍ତି ସୁଜିତ କୁମାର। ସେ କହିଛନ୍ତି କଳାହାଣ୍ଡିରୁ ହଜାରେ କୋଟିରୁ ଅଧିକ ଲୁଟ୍ ହୋଇଛି। ଏଥିରେ ବହୁ ବିଜେଡି ନେତା ଜଡ଼ିତ। ଟେଣ୍ଡର ଫିକ୍ସିଂ ଓ ବାଲିମାଫିଆଙ୍କ ସହ ମିଶି ଦୁର୍ନୀତି କରୁଥିଲେ ବିଜେଡି ନେତା। ଏନେଇ ଦଳ ମୁଖିଆ ନବୀନ ପଟ୍ଟନାୟକଙ୍କୁ ଜଣାଇଥିଲି, ହେ‌ଲେ କୌଣସି ସୁଫଳ ମିଳି ନଥିଲା। ଏଣୁ ବାଧ୍ୟ ହୋଇ ବିଜେପିରେ ମିଶିଲି। ଏହାଛଡ଼ା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାରତବିକାଶ ଆହ୍ବାନ ମୋତେ ଖୁବ୍ ପ୍ରଭାବିତ କରିଛି। ବିଜେପିରେ ସାମିଲ ହୋଇ ଖୁବ୍ ଖୁସି ଅଛି। ଏବେ ଲୋକଙ୍କ ସେବା କରିବି।

    ସୂଚନାଯୋଗ୍ୟ, କିଛି ସମୟ ଆଗରୁ ବିଜେଡି ଓ ରାଜ୍ୟସଭାରୁ ଇସ୍ତଫା ଦେଇଥିଲେ ସୁଜିତ କୁମାର।୨୦୨୬ରେ ସୁଜିତ କୁମାରଙ୍କ କାର୍ଯ୍ୟକାଳ ସରିଥାନ୍ତା। କାର୍ଯ୍ୟକାଳ ସରିବାର ୨ ବର୍ଷ ପୂର୍ବରୁ ସୁଜିତ ରାଜ୍ୟସଭାରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ କୋଣଠେସା କରାଯାଇଥିବାରୁ ସେ ଦଳରୁ ଇସ୍ତଫା ଦେଇଥିଲେ। ମମତା ମହାନ୍ତଙ୍କ ପରେ ସୁଜିତ କୁମାର ହେଉଛନ୍ତି ଦ୍ବିତୀୟ ବିଜେଡି ରାଜ୍ୟସଭା ସାଂସଦ, ଯିଏ ଦଳ ଛାଡ଼ିଛନ୍ତି। ଏହାପରେ ସୁଜିତ କୁମାର ବିଜେପିରେ ଯୋଗ ଦେଇପାରିନ୍ତି ବୋଲି ଚର୍ଚ୍ଚା ହେଉଥିଲା।
    ପୂର୍ବରୁ ତାଙ୍କୁ ଗୁରୁତ୍ବପୂର୍ଣ୍ଣ ‘କମିଟି ଅନ୍ ପିଟିସନ୍ସ’ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ପଦ ମିଳିଥିଲା। ବିଜେଡି ରାଜ୍ୟସଭା ସାଂସଦ ସୁଜିତ କୁମାରଙ୍କୁ କମିଟିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ