Sunday, September 20, 2026
23.4 C
Odisha

    ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲାକାଙ୍କ ଦେହାନ୍ତ

    ଆଗକୁ ପଢନ୍ତୁ

    ରାୟଗଡ଼ା/ବିଷମ କଟକ /ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲାକାଙ୍କ ପରଲୋକ ହୋଇଥିବାର ଖବର ମିଳିଛି। ମୃତ୍ୟୁ ମେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ସେ କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ୭ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଡମ୍ବରୁଧର ଉଲାକାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।ଶ୍ରୀ ଉଲାକା ୧୯୭୪ ମସିହାରେ ପ୍ରଥମ ଥର କଂଗ୍ରେସ ଟିକେଟରେ ରାୟଗଡ଼ା ଜିଲ୍ଲା ବିଷମକଟକରୁ ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭, ୧୯୮୦, ୧୯୮୫, ୧୯୯୫, ୨୦୦୪ ଓ ୨୦୦୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।ବୟସାଧିକ୍ୟ ରୋଗରେ ପୀଡ଼ିତ ହୋଇ ସ୍ୱର୍ଗତ ଉଲାକା ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ୮୬ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁ ବେଳକକୁ ଦୁଇ ପୁଅ ଓ ତିନି ଝିଅ ତାଙ୍କ ନିକଟରେ ଥିଲେ। ଗତକାଲି ରାତି୧୦ଟା ୫୦ ମିନିଟ୍ ସମୟରେ ତାଙ୍କର ଦେହାନ୍ତ ହୋଇଥିଲା। ସ୍ୱର୍ଗତ ଡମ୍ବରୁଧର ଉଲାକା ୧୯୭୨ ମସିହାରେ ତାଙ୍କ ରାଜନୈତିକ ଯାତ୍ରା ଆରମ୍ଭ କରିଥିବା ବେଳେ ବିଷମ କଟକ ନିର୍ବାଚନ ମଣ୍ଡଳିରୁ ୭ଥର ବିଧାୟକ ହୋଇଥିଲେ। ୧୯୮୫ମସିହାରେ ସେ ଅବକାରୀ, ସହର ଉନ୍ନତିକରଣ ଏବଂ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ହୋଇଥିଲେ। ସ୍ୱର୍ଗତ ଡମ୍ବରୁଧର ଉଲାକାଙ୍କ ମରଶରୀର ତାଙ୍କ ଜନ୍ମମାଟି ବାଙ୍କିଲିକୁ ଅଣାଯିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଛି।

    ଡମ୍ବରୁଧର ଉଲାକା ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ସାନ ଭାଇ ଓ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କ ଦାଦା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.4 ° C
    23.4 °
    23.4 °
    96 %
    1.5kmh
    69 %
    Sun
    30 °
    Mon
    29 °
    Tue
    30 °
    Wed
    27 °
    Thu
    25 °

    ସମ୍ବନ୍ଧିତ