Friday, September 18, 2026
26.3 C
Odisha

    ବିଜେଡିରେ ଯୋଗ ଦେଲେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ସିଂହ ଭୋଇ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂହ ଭୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବ‌ରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ମନ୍ତ୍ରୀ ଟୁକୁନି ସାହୁ ଓ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ପ୍ରମୁଖଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି।ଗତକାଲି ବଲାଙ୍ଗୀର ଜିଲ୍ଲା ସଭାପତି ସୁରେନ୍ଦ୍ର ସିଂହ ଭୋଇ ଗୁରୁବାର କଂଗ୍ରେସ ଛାଡ଼ିଥିଲେ। ଶ୍ରୀ ଭୋଇ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ବଲାଙ୍ଗୀର ଜିଲ୍ଲା କଂଗ୍ରେସ କମିଟିର ସଭାପତି ପଦ ମଧ୍ୟ ଛାଡ଼ିଥିଲେ। ଏଥି ସହିତ ସେ ନିଜର ଇସ୍ତଫା ପତ୍ରକୁ ପିସିସି ସଭାପତିଙ୍କ ଜରିଆରେ ଅଖିଳ ଭାରତୀୟ କଂଗ୍ରେସ କମିଟିର ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ପଠାଇଥିଲେ।

    ସୂଚନାଯୋଗ୍ୟ ଶ୍ରୀ ଭୋଇ କଂଗ୍ରେସ ସହିତ ୩୮ ବର୍ଷ କାମ କରିଥିଲେ। ୧୯୯୫ରୁ ୨୦୦୪ ପର୍ଯ୍ୟନ୍ତ ସଇଁତଳାରୁ ବିଧାୟକ ହୋଇଥିଲେ। ସେହିପରି ୨୦୦୯ରୁ ୨୦୧୪ ଯାଏଁ ଟିଟିଲାଗଡ଼ରୁ ବିଧାୟକ ହୋଇଥିଲେ। କଂଗ୍ରେସ ସରକାରରେ ସେ ଜଙ୍ଗଲ ଓ ପରିବେଶ, ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗରେ ମନ୍ତ୍ରୀ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.3 ° C
    26.3 °
    26.3 °
    84 %
    0.4kmh
    100 %
    Fri
    27 °
    Sat
    31 °
    Sun
    31 °
    Mon
    29 °
    Tue
    30 °

    ସମ୍ବନ୍ଧିତ