Monday, November 16, 2026
18.9 C
Odisha

    ପରୀକ୍ଷା ସବୁବେଳେ ତ୍ରୁଟିଶୂନ୍ୟ ହେବା କଥା: ରାଜସ୍ବ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜସ୍ବ ନିରୀକ୍ଷକ (ଆରଆଇ) ଓ ଅମିନ ପରୀକ୍ଷାରେ ଅନିୟମିତତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅବଗତ କରିଛନ୍ତି। ଏହି ପରୀକ୍ଷାରେ ବିଭ୍ରାଟ ନେଇ ବିଭାଗୀୟ ଅଧିକାରୀଙ୍କୁ ସେ ରିପୋର୍ଟ ମାଗିଛନ୍ତି। ପରୀକ୍ଷାରେ ଅନିୟମିତତା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଏହାର ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜସ୍ବ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି। ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରିଛି। ଆମ ପାଖରେ ଯେଉଁ ଅଭିଯୋଗ ହସ୍ତଗତ ହୋଇଛି ମୋତେ ଲାଗୁଛି, ପରୀକ୍ଷା ପାଈଁ ଏହା ଅନୁକୂଳ ପ୍ରକ୍ରିୟା ନୁହଁ।  ସରକାର ଅନୁଧ୍ୟାନ କରି ବ୍ଲାକ ଲିଷ୍ଟେଡ଼ ହୋଇଥିଲେ ଉକ୍ତ ସଂସ୍ଥାକୁ ପରୀକ୍ଷାରୁ ମୁକ୍ତ କରାଯିବ। ତ୍ରୁଟି ବିଚ୍ୟୁତି କେତେ ପରିମାଣର ହୋଇଛି ଏହା ଫଳାଫଳକୁ କେତେ ପ୍ରଭାବ ପକାଇବ ତାକୁ ଅନୁଧ୍ୟାନ କରି ସରକାର ନିଷ୍ପତ୍ତି ନେବେ। ଏହାର ସମାଧାନ ପାଇଁ ସମସ୍ତ ଦ୍ୱାର ଖୋଳା ଅଛି।

    ଶ୍ରୀ ପୂଜାରୀ କହିଛନ୍ତି, ପରୀକ୍ଷା ସବୁବେଳେ ତ୍ରୁଟି ଶୂନ୍ୟ ହେବା କଥା। ଉଚିତ ସ୍ଥାନରେ ପରୀକ୍ଷା ହେଉନଥିବା ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି। ପରୀକ୍ଷାରେ ଅବ୍ୟବସ୍ଥା ଅଭିଯୋଗ ମୋ ପାଖକୁ ଆସିଛି। ଆରଆଇ ଓ ଅମିନ ପରୀକ୍ଷା ରାଜସ୍ବ ବିଭାଗ କରେ ନାହିଁ। ଏହି ପରୀକ୍ଷା ଓଏସ୍‌ଏସ୍‌ଏସ୍‌ସି ଦ୍ବାରା ପରିଚାଳିତ ହୋଇଥାଏ। ଜଣେ ଥାର୍ଡ଼ ପାର୍ଟିକୁ ଷ୍ଟାପ ସିଲେକ୍ସନ ବୋର୍ଡ ଆଉଟସୋରସିଂ କରିଥିବା ଖବର ଆସୁଛି। ସେହି କମ୍ପାନି କ୍ରେଡିବିଲିଟିକୁ ନେଇ ବି ପ୍ରଶ୍ନ ଉଠିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    18.9 ° C
    18.9 °
    18.9 °
    75 %
    1.2kmh
    100 %
    Sun
    18 °
    Mon
    27 °
    Tue
    26 °
    Wed
    25 °
    Thu
    21 °

    ସମ୍ବନ୍ଧିତ