Friday, May 17, 2024
36.4 C
Odisha

    ଦାମଙ୍କ ଉପରୁ ହଟିଲା ବହିଷ୍କାର ଆଦେଶ, ନିର୍ବାଚନ ପୂର୍ବରୁ ଦଳକୁ ଫେରାଇ ଆଣିଲେ ବିଜେଡି ସୁପ୍ରିମୋ

    ଆଗକୁ ପଢନ୍ତୁ

    ୨୦୨୪ ନିର୍ବାଚନ ପୂର୍ବରୁ ନବୀନଙ୍କ ବଡ ନିଷ୍ପତ୍ତି । ପୁରୁଣା ସହଯୋଗୀ ଦାମ ରାଉତଙ୍କ ଉପରୁ ବହିଷ୍କାର ଆଦେଶ ହଟାଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ୨୦୧୮ରେ ବିଜେଡିରୁ ବହିଷ୍କୃତ ହୋଇଥିଲେ ଦାମୋଦର ରାଉତ । ବ୍ରାହ୍ମଣ ବିବାଦକୁ ନେଇ ପ୍ରଥମେ ମନ୍ତ୍ରୀପଦ ହରାଇଥିଲେ ଦାମ । ପରେ ୨୦୧୯ରେ ବିଜେପିରେ ସାମିଲ ହୋଇ ନିର୍ବାଚନ ଲଢିଥିଲେ ମଧ୍ୟ ପରାଜିତ ହୋଇଥିଲେ । ବିଜେପିରୁ ପରାଜିତ ହେବା ପରେ ଦାମ ବିଜେପି ଛାଡି ପୁଣିଥରେ ବିଜେଡିରେ ଯୋଗ ଦେବାକୁ ଇଚ୍ଛା ପ୍ରକାଶ କରିଥିଲେ । ଏପରିକି ବିଜେପିରେ ଯୋଗ ଦେଇ ଭୁଲ କରିଥିଲି ବୋଲି ଖୋଲାଖୋଲି କହିଥିଲେ । ବିଜେଡିରେ ଯୋଗ ଦେବାକୁ ଦାମ ଚାହିଁଥିଲେ ମଧ୍ୟ ସବୁଜ ସଂକେତ ଦେଇନଥିଲେ ନବୀନ । ତେବେ ନିର୍ବାଚନ ପୂର୍ବରୁ ଦାମଙ୍କୁ ପୁଣିଥରେ ଦଳରେ ଲୋଡିଛନ୍ତି ବିଜେଡି ସୁପ୍ରିମୋ ।ଦାମଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ପୁଅ ସମ୍ବିତ ରାଉତରାୟ କହିଛନ୍ତି, ବାପାଙ୍କ ଉପରୁ ବହିଷ୍କାର ଆଦେଶ ହଟିବା ପରେ ମୁଁ ବହୁତ ଖୁସି । ପୂରା ଅଞ୍ଚଳବାସୀ ଏହି ନିଷ୍ପତିକୁ ନେଇ ବହୁତ ଖୁସି । ଯଦି ତାଙ୍କ ସ୍ୱାସ୍ଥ୍ୟ ସାଥ୍ ଦିଏ ଏବଂ ମୁଖ୍ୟମନ୍ତ୍ରୀ ଚାହାନ୍ତି ତେବେ ୨୦୨୪ ନିର୍ବାଚନରେ ବାପା ଦଳ ପାଇଁ ପ୍ରଚାର କରିବେ ବୋଲି କହିଛନ୍ତି ସମ୍ବିତ ରାଉତରାୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    36.4 ° C
    36.4 °
    36.4 °
    31 %
    2.1kmh
    100 %
    Fri
    37 °
    Sat
    29 °
    Sun
    39 °
    Mon
    42 °
    Tue
    42 °

    ସମ୍ବନ୍ଧିତ