Wednesday, October 7, 2026
22.3 C
Odisha

    ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବର୍ଷାରେ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ଚାଷୀଙ୍କୁ କ୍ଷୟକ୍ଷତି ସହାୟତା ମିଳିବ ବୋଲି ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ଅଦିନିଆ ବର୍ଷାରେ ହେକ୍ଟର ହେକ୍ଟର ଚାଷ ଜମୀ ନଷ୍ଟ ହୋଇଛି। ଅମଳ ସମୟରେ ଅଦିନିଆ ବର୍ଷା ସୁନାର ଫସଲକୁ ନଷ୍ଟ କରିଦେଇଛି। ଏହାକୁ ନେଇ ଚାଷୀମାନେ ଚିନ୍ତାରେ ପଡିଛନ୍ତି। ସେମାନେ କେମିତି ଋଣ ପରିଷୋଧ କରିବେ ସେନେଇ ଚିନ୍ତାରେ ପଡ଼ିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଅଦିନିଆ ବର୍ଷା ପାଇଁ ଖରିଫ ଫସଲ ନଷ୍ଟ ହୋଇଛି। ଗତ ୨୦ ତାରିଖଠାରୁରୁ ୨୮ ତାରିଖ ମଧ୍ୟରେ ଅଦିନିଆ ବର୍ଷା ହୋଇଛି। ୩୦ତାରିଖ ଭିତରେ କ୍ଷୟକ୍ଷତି ସଠିକ ଆକଳନ ସରିବ। ଚାଷୀଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ। ବିଭାଗୀୟ ଅଧିକାରୀଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି। ବୀମା କମ୍ପାନିଙ୍କୁ ସହାୟତା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତାକାଲି ସୁଦ୍ଧା କ୍ଷତିଗ୍ରସ୍ତ ଚାଷୀ ସୂଚନା ଦେବାକୁ ଅରୁରୋଧ କରିଛି। କୃଷି ରକ୍ଷକ ପୋର୍ଟାଲରେ କ୍ଷତିଗ୍ରସ୍ତ ଚାଷୀ ପଞ୍ଜିକରଣ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

    ଫସଲ କ୍ଷତି ନେଇ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଡିବିଟି ଜରିଆରେ ଚାଷୀଙ୍କୁ ଫସଲ କ୍ଷତିପୂରଣ ପ୍ରଦାନ କରାଯିବ। ଧାନ ବ୍ୟତୀତ ଅନ୍ୟ ଫସଲ କ୍ଷତି ପାଇଁ ମଧ୍ୟ କ୍ଷତିପୂରଣ ଦିଆଯିବ। ବୀମା କରିଥିବା ଚାଷୀ ଓ କରି ନଥିବା ଚାଷୀ ମଧ୍ୟ କ୍ଷତିପୂରଣ ପାଇବେ। ବୀମାମୁକ୍ତ ୧ ଳକ୍ଷ ୨୬ ହଜାର ଚାଷୀ ଆବେଦନ କରିସାରିଛନ୍ତି। କାଲିସୁଦ୍ଧା ଅନ୍ୟ ବୀମାଭୁକ୍ତ ଚାଷୀ ପଞ୍ଜୀକରଣ କରିବାକୁ ପରାମର୍ଶ ଦିଆଯାଇଛି। କୃଷି ରକ୍ଷକ ଆପ୍‌ର ଟୋଲ ଫ୍ରି ନମ୍ବର ୧୪୪୪୭ରେ ଆବେଦନ କରିପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    87 %
    1.4kmh
    3 %
    Tue
    22 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ