Friday, May 17, 2024
29.3 C
Odisha

    ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି: ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

    ଆଗକୁ ପଢନ୍ତୁ

    କାଲି ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ସମ୍ବଲପୁରରେ ବସନ୍ତପୁରଠାରେ ନବନିର୍ମିତ ସମ୍ବଲପୁର ଆଇଆଇଏମର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେବେ ବୋଲି ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ୪ ହଜାର ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ନିମନ୍ତ୍ରଣ ରହିଥିବା ଆଇଆଇଏମ ନିର୍ଦ୍ଦେଶକ ପ୍ରଫେସର ମହାଦେଓ ଜୈସ୍ୱାଲ ସୂଚନା ଦେଇଛନ୍ତି । ତେବେ ଏହା ପରେ ଏମସିଏଲର ୪ଟି ପ୍ରକଳ୍ପର ଶିଳାନ୍ୟାସ ହେବ ବୋଲି ଏମସିଏଲ ମହାପ୍ରବନ୍ଧକ କହିଛନ୍ତି । ବସନ୍ତପୁରସ୍ଥିତ ସମ୍ବଲପୁର ଆଇଆଇଏମର ଲୋକାର୍ପଣ କରିବା ସହ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ରେମେଡରେ ଅନୁଷ୍ଠିତ ବିଶାଳ ସାଧାରଣ ସଭାରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ସମାବେଶର ନାଁ ବିଶାଳ ଗ୍ୟାରେଂଟି ସମାବେଶ ରଖାଯାଇଥିବା ଏହି ସମାବେଶରେ ପଶ୍ଚିମ ଓଡିଶାର ୫ଟି ଲୋକସଭା କ୍ଷେତ୍ରରୁ ଲକ୍ଷେରୁ ଅଧିକ ଲୋକଙ୍କ ସମାଗମ ହେବ ବୋଲି ବିଜେପିର ସମ୍ବଲପୁର ଜିଲ୍ଲା ସଭାପତି ଗିରୀଶ ପଟେଲ କହିଛନ୍ତି । ଏହି ସମାବେଶରେ ସମ୍ବଲପୁର, ବରଗଡ, ସୁନ୍ଦରଗଡ, ବଲାଙ୍ଗିର, କଳାହାଣ୍ଡି ସଂସଦୀୟ କ୍ଷେତ୍ରର ଜନସାଧାରଣ ସାମିଲ ବେବେ । ପଶ୍ଚିମ ଓଡିଶା ପାଇଁ ଅନେକ ପ୍ରକଳ୍ପର ଘୋଷଣା ହେବାକୁ ଥିବାବେଳେ ସାଧାରଣ ଲୋକେ ଉତ୍ସାହିତ ଥିବା ଜିଲ୍ଲା ସଭାପତି କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.3 ° C
    29.3 °
    29.3 °
    48 %
    1kmh
    100 %
    Fri
    31 °
    Sat
    37 °
    Sun
    41 °
    Mon
    43 °
    Tue
    43 °

    ସମ୍ବନ୍ଧିତ