Saturday, February 14, 2026
15.7 C
Odisha

    ୨୦୨୭ ସୁଦ୍ଧା ସରିବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ’

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର କାମ ୨୦୨୭ ଡିସେମ୍ବର ସୁଦ୍ଧା ଶେଷ ହେବ। ପ୍ରଥମେ ୨୬ କିଲୋମିଟର ମଧ୍ୟରେ ମେଟ୍ରୋ ଟ୍ରେନ୍‌ ଚଳାଚଳ କରିବ। ଆରମ୍ଭରୁ ଲୋକଙ୍କୁ ୧୩ଟି ଟ୍ରେନ୍‌ରେ ଏହି ସେବା ମିଳିବ। ପ୍ରତ୍ୟେକ ଟ୍ରେନ୍‌ରେ ୩ଟି ଲେଖାଏଁ କୋଚ୍ ରହିବ। ମେଟ୍ରୋ ଟ୍ରେନ୍‌ ନେଇ ସମୀକ୍ଷା ପରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପର କାମ ୨୦୨୭ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ପ୍ରକଳ୍ପ ପାଇଁ ଏବେ ମାଟି ପରୀକ୍ଷା ଚାଲିଛି। ଭୂପୃଷ୍ଠରୁ ୫୦ରୁ ୬୦ ଫୁଟ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା ଚାଲିଛି। ମାଟି ପରୀକ୍ଷା ସରିବା ପରେ ଫାଉଣ୍ଡେସନ୍‌ କାମ ଆରମ୍ଭ ହେବ। ଭୁବନେଶ୍ବରରେ ଭୂପୃଷ୍ଠରୁ ୧୩ ଫୁଟ୍‌ ଉଚ୍ଚରେ ମେଟ୍ରୋ ରେଳ ଗଡ଼ିବ। ରାଜମହଲ, ଜୟଦେବ ବିହାର ଓ ବାରଙ୍ଗରେ ଏହାର ଉଚ୍ଚତା ଆବଶ୍ୟକତା ଅନୁଯାଇ ହେବ ବୋଲି ଭୁବନେଶ୍ବର ମେଟ୍ରୋ ରେଳ କର୍ତ୍ତୃପକ୍ଷ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

    ସୂଚନାଯୋଗ୍ୟ, ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ ପାଇଁ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ଜାନୁଆରି ପହିଲାରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଆଗାମୀ ଡିସେମ୍ବର ୨୦୨୭ ସୁଦ୍ଧା ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବା ପାଇଁ ଲକ୍ଷ୍ୟ ରହିଛି। ଭୁବନେଶ୍ବରରେ ମେଟ୍ରୋ ଟ୍ରେନ୍‌ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ସଂପ୍ରସାରଣ ହେବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ (ଡିଏମଆରସି) ଟର୍ଣ୍ଣ-କି ପରାମର୍ଶଦାତା ଭାବରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ସହ ଚୁକ୍ତି ସ୍ୱାକ୍ଷର କରିଛି।

    ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରାୟ ୨୬କିଲୋମିଟର ମଧ୍ୟରେ ୧୮ଟି ଷ୍ଟେସନ ରହିବ ବୋଲି ଡିପିଆରରୁ ଜଣାପଡ଼ିଛି। ଉଭୟ ଆରମ୍ଭ ଓ ଶେଷ ଷ୍ଟେସନ ମଝିରେ କ୍ୟାପିଟାଲ ହସ୍ପିଟାଲ, ଶିଶୁ ଭବନ ଛକ, ବାପୁଜୀ ନଗର, ଭୁବନେଶ୍ୱର ରେଳଷ୍ଟେସନ, ରାମମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟ ବିହାର ଛକ, ଜୟଦେବ ବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଂଟର, ଡମଣା ଛକ, ପଟିଆ ଛକ, କିଟ ଛକ, ନନ୍ଦନ ବିହାର, ରଘୁନାଥପୁର, ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ଫୁଲପୋଖରୀ ରହିବ। ପରବର୍ତ୍ତୀ ସମୟରେ ଖୋର୍ଦ୍ଧା ଓ କଟକ ସହ ଭୁବନେଶ୍ୱର ଓ କଟକ ସହର ଅନ୍ୟ ଅଂଚଳରେ ଚଳାଚଳ କରିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    15.7 ° C
    15.7 °
    15.7 °
    46 %
    1.3kmh
    26 %
    Sat
    31 °
    Sun
    33 °
    Mon
    34 °
    Tue
    34 °
    Wed
    35 °

    ସମ୍ବନ୍ଧିତ