Monday, September 21, 2026
23.5 C
Odisha

    ୨୨ ତାରିଖ ପରଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କାଳ କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆହୁରି ଘନୀଭୂତ ହେବ। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ ୨୫ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଉପକୂଳ ଓଡ଼ିଶା ସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡିଶାରେ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଆଜି ଉତ୍ତର ଆଣ୍ଡାମାନ ସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବାୟୁମଣ୍ଡଳର ଉପରି ଭାଗରେ ଏହା ୫.୮ କିମି ପର୍ଯ୍ୟନ୍ତ ବ୍ୟାପ୍ତ ରହିଛି। ଏହା ଧୀରେଧୀରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨୧ ତାରିଖରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ଏହା ଅବପାତର ରୂପ ନେଇ ସ୍ଥଳଭାଗ ମୁହାଁ ହୋଇପାରେ ବୋଲି ଆଇଏମ୍‌ଡି ପୂର୍ବାନୁମାନ କରିଛି। ତେବେ ଏହା କେଉଁଠି ସ୍ଥଳଭାଗ ଅତିକ୍ରମ କରିବ ଓ ଏହାର ରୂପରେଖ କେତେ ତୀବ୍ରତର ହେବ ସେ ନେଇ ଏବେ ସ୍ପଷ୍ଟ ହୋଇପାରିନି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.5 ° C
    23.5 °
    23.5 °
    96 %
    0.5kmh
    93 %
    Mon
    28 °
    Tue
    28 °
    Wed
    28 °
    Thu
    23 °
    Fri
    23 °

    ସମ୍ବନ୍ଧିତ