Saturday, July 27, 2024
24.8 C
Odisha

    ମଧ୍ୟପ୍ରଦେଶ ହରଦାରେ ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ, ୬ ଜଣଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ମଧ୍ୟପ୍ରଦେଶ ହରଦା ଜିଲ୍ଲାରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ । ଏହି ବିସ୍ଫୋରଣରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛି । ହରଦା ଜିଲ୍ଲାର ବେରାଗଡ଼ ଅଞ୍ଚଳରେ ଥିବା ବାଣ କାରଖାନାରେ ଭୟାବହ ବିସ୍ଫୋରଣ ହୋଇଛି । କାରଖାନା ଭିତରେ ଅନେକ ଲୋକ ଫସିଥିବାର ସନ୍ଦେହ କରାଯାଉଛି । ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଜରୁରୀ ବୈଠକ ଡାକିଛନ୍ତି । ବାଣ କାରଖାନାର ଆଖପାଖରେ ଥିବା ପ୍ରାୟ ୬୦ଟି ଘର ପ୍ରଭାବିତ ହୋଇଛି । ନିକଟରେ ଥିବା ପ୍ରାୟ ଶହେଟି ଘରକୁ ଖାଲି କରିଛି ପ୍ରଶାସନ । ବାଣ କାରଖାନା ଭିତରେ ଲଗାତାର ଭାବେ ବିସ୍ଫୋରଣ ହେଉଥିବା ଦେଖିବାକୁ ମିିଳିଛି । ଉଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଥିବା ବେଳେ ଏନଡିଆରଏଫ ଓ ଏସଡିଆରଏଫକୁ ଘଟଣାସ୍ଥଳକୁ ପଠାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ