ଭୁବନେଶ୍ୱର : ବନ୍ୟାରେ ୮ ଲକ୍ଷ ଲୋକ ପ୍ରଭାବିତ। ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା ପରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୧୨ଟି ବ୍ଲକ ଆକାଶ ମାର୍ଗରୁ ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବନ୍ୟାରେ ରାଜ୍ୟର ୮ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ୨ ଲକ୍ଷ ୬୯ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।
ରିଲିଫ ଓ ରେସକ୍ୟୁ ଅପରେସନରେ ୧୭ ଓଡ୍ରାଫ୍, ୭ NDRF, ୧୨୯ ଅଗ୍ନିଶମ ଟିମ୍ ନିୟୋଜିତ ଅଛନ୍ତି। ପାଣି ଛାଡ଼ିବାର ୩ ଦିନ ଭିତରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। SDRFରୁ ୨୬ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବନ୍ୟା ପରବର୍ତ୍ତୀ ସ୍ବାସ୍ଥ୍ୟ ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ନଦୀରେ ପାଣି କମିବା ଆରମ୍ଭ କରିଛି। ୨ ଦିନରେ ସ୍ଥିତି ସୁଧୁରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
