Sunday, July 5, 2026
24.7 C
Odisha

    ଆସିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସଂପୂର୍ଣ୍ଣ ସୂଚୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିମାନବନ୍ଦରରୁ ୫.୧୦ ରେ ବାହାରି ୫.୩୦ମିନିଟ ରେ ନିଳାଦ୍ରୀବିହାର ଚନ୍ଦ୍ରଶେଖରପୁର ଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୁର୍ତ୍ତି ଉଦଘାଟନୀ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି। ସେଠାରୁ ସନ୍ଧ୍ୟା ୬ଟା ୧୦ମିନିଟରେ ବାହାରି ଭୁବନେଶ୍ୱର ସ୍ଥିତ ରାଜଭବନ ପହଞ୍ଚି ରାତ୍ରୀଯାପନ କରିବେ ରାଷ୍ଟ୍ରପତି ।

    ଠିକ୍ ସେହିପରି ୬ ତାରିଖ ଶୁକ୍ରବାର ଦିନ ସକାଳ ୯ଟାରେ ରାଜଭବନରୁ ବାହାରି ରାଷ୍ଟ୍ରପତି ଡକ୍ଟର ବି.ଆର୍.ଆମ୍ବେଦକରଙ୍କ ମହାପ୍ରୟାଣ ଦିବସ ଅବସରରେ ଭୁବନେଶ୍ୱର ଏ.ଜି.ଛକ ଠାରେ ବାବା ସାହେବଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏହାପରେ ପୂର୍ବାହ୍ନ ୯.୧୫ମିନିଟ ସମୟରେ ବିଜୁପଟ୍ଟନାୟକ ବିମାନ ବନ୍ଦରରୁ ବାୟୁସେନାର ବିମାନ ଯୋଗେ ପଶ୍ଚିମବଙ୍ଗ ସ୍ଥିତ କଲେଇକୁଣ୍ଡା ଏୟାରବେସରେ ୧୦.୧୫ମିନିଟ ସମୟରେ ଅବତରଣ ପରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲାର ବାଦାମପାହାଡ଼ ସ୍ଥିତ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ପୁର୍ବାହ୍ନ ୧୧ଟା ୦୫ମିନିଟରେ  ଅବତରଣ କରିବେ ରାଷ୍ଟ୍ରପତି। ସେଠାରୁ ସଡକପଥରେ ନିଜ ଜନ୍ମଗାଁ ଉପରବେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ । ୧୨.୦୫ରେ ସେଠାରୁ ବାହାରି ଉପରବେଡା ସ୍ଥିତ ପୈତୃକ ଘରେ ପହଞ୍ଚି ଆତ୍ମୀୟସ୍ବଜନ ଓ ଗ୍ରାମବାସୀଙ୍କ ସହ ରାଷ୍ଟ୍ରପତି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ମଧ୍ୟାହ୍ନ ୧୨.୩୦ମିନିଟ ରେ ଉପରବେଡା ରୁ ବାହାରି ସଡ଼କପଥ ରେ ରାଇରଙ୍ଗପୁର ସ୍ଥିତ ଗେଷ୍ଟ ହାଉସ ଠାରେ ପହଞ୍ଚି ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି। ଅପରାହ୍ନ ୩ଟା ସମୟରେ ସେଠାରୁ ବାହାରି ରାଇରଙ୍ଗପୁର ସ୍ଥିତ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ପହଞ୍ଚି ନିଜ ସ୍ବାମୀ ଓ ୨ପୁତ୍ରଙ୍କ ସ୍ମୃତିରେ ସ୍ଥାପନ କରିଥିବା ଏସ.ଏଲ୍.ଏସ୍. ଟ୍ରଷ୍ଟ ପକ୍ଷରୁ ଏକ ଆମ୍ବୁଲାନ୍ସ ଡାକ୍ତରଖାନାକୁ ହସ୍ତାନ୍ତର କରିବା ସହ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ଏହାପରେ ଅପରାହ୍ନ ୪ଟା ସମୟରେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟ ଠାରେ ପହଞ୍ଚି ବିଦ୍ୟାର୍ଥୀ ଓ ଶିକ୍ଷକଙ୍କ ସହ ଭାବବିନିମୟ କରିବେ । ସେଠାରୁ ବାହାରି ଅପରାହ୍ନ ୪ଟା ୫୦ମିନିଟ ସମୟରେ ରାଇରଙ୍ଗପୁର ସ୍ଥିତ ପୁଣ୍ୟେଶ୍ବର ଶିବମନ୍ଦିର ଠାରେ ନୂତନ ଭାବେ ସ୍ଥାପିତ ଗଣେଶ ମୁର୍ତ୍ତିକୁ ଉନ୍ମୋଚନ କରିବେ ଏବଂ ଆଳତି କରିବେ ପରେ ନିଜ ବାସଭବନକୁ ଆସି ରାତ୍ରୀଯାପନ କରିବେ।

    ଏଣେ ଡିସେମ୍ବର ୭ ତାରିଖ ଶନିବାର ପୂର୍ବାହ୍ନ ୧୦ଟାରେ ରାଇରଙ୍ଗପୁର ନିଜ ବାସଭବନରୁ ବାହାରି ଦଣ୍ଡବୋଷ ହେଲିପ୍ୟାଡରୁ ହେଲିକ୍ୟାପ୍ଟର ଯୋଗେ ଆସି ୧୦ଟା ୪୫ମିନିଟ ସମୟରେ ବାଙ୍ଗରିପୋଷି ସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବେ ।ହେଲିପ୍ୟାଡରୁ ପୁର୍ବାହ୍ନ ୧୧ଟା ସମୟରେ ବାହାରି ବାଙ୍ଗରିପୋଷୀ ରେଳଷ୍ଟେସନ ସ୍ଥିତ ସଭାସ୍ଥଳରେ ପହଞ୍ଚିବେ ରାଷ୍ଟ୍ରପତି।
    ବାଙ୍ଗରିପୋଷୀ ସଭାସ୍ଥଳରେ ବାଙ୍ଗରିପୋଷୀ-ଗୋରୁମହିଷାଣି, ବୁଢାମରା- ଚାକୁଳିଆ, ବାଦାମପାହାଡ-କେନ୍ଦୁଝର ,ତିନୋଟି ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତ ସ୍ଥାପନ କରିବା ସହ ଭର୍ଚ୍ଚୁଆଲ ମୋଡରେ ରାଇରଙ୍ଗପୁର ଠାରେ ଆଦିବାସୀ ରିସର୍ଚ୍ଚ ସେଣ୍ଟର, ରାଇରଙ୍ଗପୁର ଦାଣ୍ଡବୋଷ ବିମାନବନ୍ଦର ଉନ୍ନତିକରଣ, ରାଇରଙ୍ଗପୁର ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଏକ ନୂତନ କୋଠା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତ ରଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

    ମଧ୍ୟାହ୍ନ ୧୨ଟା ୧୫ମିନିଟରେ ବାଙ୍ଗରିପୋଷି ସଭାସ୍ଥଳରୁ ବାହାରି ବାୟୁସେନାର ହେଲିକ୍ୟାପ୍ଟର ଯୋଗେ ପଶ୍ଚିମବଙ୍ଗ ସ୍ଥିତ କଲେଇକୁଣ୍ଡା ଏୟାରବେସରେ ପହଞ୍ଚି ସେଠାରୁ ବିମାନ ଯୋଗେ ନୁଆଦିଲ୍ଲୀକୁ ଯାତ୍ରା କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ଚିଠି ଜାରି କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.7 ° C
    24.7 °
    24.7 °
    94 %
    3.2kmh
    100 %
    Sat
    25 °
    Sun
    24 °
    Mon
    28 °
    Tue
    30 °
    Wed
    30 °

    ସମ୍ବନ୍ଧିତ