Tuesday, October 13, 2026
24.1 C
Odisha

    ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ୧୨୦ କୋଟି

    ଆଗକୁ ପଢନ୍ତୁ

    ୭ ମାସ ଭିତରେ ଗଜପତି ଜିଲ୍ଲାକୁ ମିଳିଛି ପ୍ରାୟ ୧୨୦ କୋଟି ଟଙ୍କା। କାଶୀନଗର ନୀଳମଣି ଦୁର୍ଗା ମନ୍ଦିର ପଡ଼ିଆରେ ବିକାଶର ହିସାବ ରଖିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ମେ’ ୧୦ତାରିଖରେ ସେ ଆସି ୩୮୦ ଦରଖାସ୍ତ ପାଇଥିଲେ। ଏହା ମଧ୍ୟରୁ ୩୫୦ଟି ଦରଖାସ୍ତ ସମାଧାନ ହୋଇଛି। ଗୁମ୍ମାରେ ନୂଆ ସରକାରୀ ଡିଗ୍ରୀ କଲେଜକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଗୁମ୍ମା ହାଇସ୍କୁଲକୁ ହାୟର ସେକେଣ୍ଡାରୀ ସ୍କୁଲ କରିବାକୁ ମଂଜୁରୀ ମିଳିଛି। ପାରଳାଖେମୁଣ୍ଡିରେ ୪ଲେନ୍ ବିଶିଷ୍ଟ ବାଇପାସ୍ ରାସ୍ତା ପାଇଁ ୫୦କୋଟି ଟଙ୍କା, ପାରଳାଖେମୁଣ୍ଡି ଏସକେସିଜି କଲେଜର ଉନ୍ନତିକରଣ ପାଇଁ ୨କୋଟି ୨୫ଲକ୍ଷ ଟଙ୍କା, କାଶୀନଗର ଶ୍ରୀରାମ ଡିଗ୍ରୀ କଲେଜର ଫାଇଭ୍-ଟି ରୂପାନ୍ତରଣ ଲାଗି ୫୦ଲକ୍ଷ ଟଙ୍କା, ଗୁମ୍ମା ଏସସି ଏସଟି ବିଭାଗର ତୁମୁଲ ହାଇସ୍କୁଲ ପାଇଁ ୫୦ଲକ୍ଷ, କୃଷ୍ଣସାଗର ପାଇଁ ୩କୋଟି ୧୦ଲକ୍ଷ, ରାମସାଗର ପାଇଁ ୩କୋଟି ୫୦ ଲକ୍ଷ, ଗଜପତି ସାଗର ଉନ୍ନତିକରଣ ପାଇଁ କୋଟିଏ ୪୦ଲକ୍ଷ ଟଙ୍କା ମଂଜୁର କରାଯାଇଛି। ଗୁମ୍ମାରେ ମଡେଲ୍ ବସଷ୍ଟାଣ୍ଡ କାମ ସରିଛି। ପିଇବା ପାଣି ପ୍ରତି ଘରେ ପାଇପ୍ ଯୋଗେ ପହଞ୍ଚାଇବାକୁ କାମ ଆରମ୍ଭ ହେବ। ୭ମାସ ଭିତରେ ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀ ପାଇଁ ୧୧୮ କୋଟି ୩୦ଲକ୍ଷ ମଂଜୁର କରାଯାଇଛି। ମନ୍ଦିର, ମସଜିଦ୍, ଚର୍ଚ୍ଚ, କମ୍ୟୁନିଟି ସେଣ୍ଟର ସଂପର୍କିତ ଦରଖାସ୍ତ ନେଇ ୧୦ଦିନ ଭିତରେ ଖୁସି ଖବର ପାଇବେ। ସ୍ବଚ୍ଛତାର ସହ ସରକାରୀ ଅନୁଦାନ ଖର୍ଚ୍ଚ କରିବାକୁ ଆହ୍ବାନ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.1 ° C
    24.1 °
    24.1 °
    79 %
    1.7kmh
    74 %
    Tue
    23 °
    Wed
    29 °
    Thu
    29 °
    Fri
    31 °
    Sat
    31 °

    ସମ୍ବନ୍ଧିତ