Saturday, March 21, 2026
32.6 C
Odisha

    ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନାହିଁ: ପୃଥ୍ବୀରାଜ ହରିଚନ୍ଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ନୂଆବର୍ଷରୁ ଆରମ୍ଭ ହେବ ରତ୍ନଭଣ୍ଡାର ଗଣତିମଣତି। ସେ ଆହୁରି କହିଛନ୍ତି ଯେ ପ୍ରାଥମିକ ଆଲୋଚନାରୁ ଜଣାପଡ଼ିଛି ଯେ ରତ୍ନଭଣ୍ଡାରରେ କୌଣସି ସୁଡ଼ଙ୍ଗ ବା ଗୁପ୍ତ କୋଠରୀ ନାହିଁ। କାର୍ତ୍ତିକ ମାସ ହେତୁ ଏବେ ଶ୍ରଦ୍ଧାଳୁଙ୍କ ଭିଡ଼ ରହୁଛି ଜଗନ୍ନାଥ ମନ୍ଦିରରେ। ଏଣୁ କାର୍ତ୍ତିକ ମାସ ପରେ ରତ୍ନଭଣ୍ଡାରରେ ଥିବା ଫାଟର ମରାମତି କାମ କରାଯିବ। ଏହାପରେ ରତ୍ନଭଣ୍ଡାର ଗଣତିମଣତି କାମ ଆରମ୍ଭ ହେବ।

    ସୂଚନାଯୋଗ୍ୟ, କିଛି ଦିନ ତଳେ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ କହିଥିଲେ, ଗଣତିମଣତି ଏସଓପି ପ୍ରସ୍ତୁତି ସରିଛି। ଏଏସଆଇ ମରାମତି କରି ସାର୍ଟିଫିକେଟ୍ ଦେବା ପରେ ଗଣତିମଣତି ହେବ। ଏସଓପି ଗୋପନୀୟ। ଏଣୁ ଏହାକୁ ପ୍ରକାଶ କରାଯାଇ ପାରିବ ନାହିଁ। ଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି ମଧ୍ୟ ଜଷ୍ଟିସ୍ ରଥ କହିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.6 ° C
    32.6 °
    32.6 °
    30 %
    0.6kmh
    7 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ