Monday, March 9, 2026
36.7 C
Odisha

    ବିଜେଡିରେ ମିଶିଲେ ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ନିକଟରେ କଂଗ୍ରେସ ଛାଡ଼ିଥିବା ପୂର୍ବତନ ମନ୍ତ୍ରୀ ଗଣେଶ୍ବର ବେହେରା ବିଜେଡିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି। ସେ ଆଜି ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ପୂର୍ବରୁ ସେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ସେ ତାଙ୍କ ଇସ୍ତଫାପତ୍ର ପିସିସି ସଭାପତିଙ୍କୁ ନିକଟକୁ ପଠାଇବା ସହିତ ଦଳ ତାଙ୍କୁ ବିଧାୟକ ଏବ˚ ବିଭିନ୍ନ କର୍ମକର୍ତ୍ତା ଭାବେ ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ସେ କ˚ଗ୍ରେସ ପ୍ରତି କୃତଜ୍ଞ ବୋଲି ଉଲ୍ଲେଖ କରିଥିଲେ। ଦଳରୁ ଇସ୍ତଫା ଦେବା ପରେ ଗଣେଶ୍ବର ଗଣମାଧୢମକୁ ପ୍ରତିକ୍ରିୟା ଦେଇ କହିଥିଲେ ଯେ ତାଙ୍କର ଲକ୍ଷ୍ୟ ହେଉଛି, ସେ କେନ୍ଦ୍ରାପଡ଼ାବାସୀଙ୍କ ପାଇଁ କିଛି କାମ କରିବେ। କାମ କରିବାକୁ ହେଲେ ବିଧାନସଭା ଯିବାକୁ ପଡ଼ିବ। ସେଥିପାଇଁ ସେ ‘ଆମେ ବିଧାନସଭା ଯିବା’ ସ୍ଲୋଗାନ ଦେଇଥିଲେ। କିନ୍ତୁ ଏବେ ଅନୁଭବ କରୁଛନ୍ତି ଯେ କ˚ଗ୍ରେସରେ ରହି ବିଧାନସଭା ଯିବା ସମ୍ଭବନୁହେଁ। ଏହି ନିର୍ବାଚନ ତାଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ। ସେ ହାରିବାକୁ ଆଉ ଚାହୁନାହାନ୍ତି। ଶେଷସମୟରେ କ˚ଗ୍ରେସ ତାଙ୍କ ପ୍ରତି ଅବିଚାର କରିଛି। ତାଙ୍କୁ ନିର୍ବାଚନ କମିଟିରୁ ବାଦ୍‌ ଦିଆଯାଇଥିଲା। ଏହା ତାଙ୍କର ସହକର୍ମୀ ଓ ଅନୁଗତ ମାନଙ୍କୁ ବହୁମାତ୍ରାରେ ଆଘାତ ଦେଇଥିଲା। କିନ୍ତୁ ଏହି ଆଘାତକୁ ସେ ହଜମ କରି ଦେଇଥିଲେ। ଦଳରେ ରହିବା ଭିତରେ କେବେ ବି ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଭାବେ କ˚ଗ୍ରେସର କ୍ଷତି କଲା ଭଳି ସେ କୌଣସି କାମ କରିନାହାନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.7 ° C
    36.7 °
    36.7 °
    21 %
    2.4kmh
    0 %
    Mon
    35 °
    Tue
    38 °
    Wed
    39 °
    Thu
    39 °
    Fri
    40 °

    ସମ୍ବନ୍ଧିତ