Thursday, July 3, 2025
23.9 C
Odisha

    ଆଜି ପୁଣି ସୁନା ଦର ବୃଦ୍ଧି

    ଆଗକୁ ପଢନ୍ତୁ

    ଆଜି ସୁନା ଦର ବୃଦ୍ଧି ହୋଇଛି । ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୮, ୯୦୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୯୦ ,୬୬୦ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା୯୮, ୯୦୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୯୦ ହଜାର ୬୬୦ ଟଙ୍କାକୁ ପହଞ୍ଚିଛି ।

    ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୦, ୯୦୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୯୦ ହଜାର ୬୬୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୯ ୦୫୦ ଟଙ୍କା ଓ ୨୨ କ୍ୟାରେଟ୍ ୯୦,୮ ୧୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୮,୯୦୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୯୦ ହଜାର ୬୬୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୮, ୮୯୦ ଓ ୯୦ ହଜାର ୬୬୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୦୯ , ୯୦୦ ଟଙ୍କା ହୋଇଛି ।

    କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –

    ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।

    ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।

    ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    93 %
    3.6kmh
    100 %
    Thu
    24 °
    Fri
    29 °
    Sat
    29 °
    Sun
    25 °
    Mon
    24 °

    ସମ୍ବନ୍ଧିତ