Tuesday, October 14, 2025
29.2 C
Odisha

    ପୁଣି କଂଗ୍ରେସକୁ ଫେରିଲେ ଗମାଙ୍ଗ ପରିବାର

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ପତ୍ନୀ ହେମା ଗମାଙ୍ଗ ଏବଂ ପୁଅ ଶିଶିର ଗମାଙ୍ଗ ଓ ବରଗଡ଼ର ପୂର୍ବତନ ସାଂସଦ ସଞ୍ଜୟ ଭୋଇ ନୂଆଦିଲ୍ଲୀ ସ୍ଥିତ ଏଆଇସିସି କାର୍ଯ୍ୟାଳୟରେ କଂଗ୍ରେସରେ ସାମିଲ ହୋଇଛନ୍ତି। ଏଆଇସିସି କୋଷାଧ୍ୟକ୍ଷ ଅଜୟ ମାକେନ୍ ଏବଂ ଓଡିଶା ପ୍ରଭାରୀ ଡ. ଅଜୟ କୁମାରଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସ ଦଳରେ ସମସ୍ତେ ଯୋଗଦେଇଛନ୍ତି । କଂଗ୍ରେସ ପକ୍ଷରୁ ସେମାନଙ୍କୁ ସ୍ୱାଗତ କରାଯାଇଛି । ୨୦୧୫ରେ କଂଗ୍ରେସ ଛାଡ଼ି ବିଜେପିରେ ଯୋଗଦେଇଥିଲେ। ୨୦୨୩ ମସିହାରେ ବାପ-ପୁଅ ବିଜେପି ଛାଡ଼ି ଭାରତ ରାଷ୍ଟ୍ର ସମିତିରେ ସାମିଲ ହୋଇଥିଲେ । ଆଗାମୀ ନିର୍ବାଚନରେ ଓଡ଼ିଶାରୁ ଭାରତ ରାଷ୍ଟ୍ର ସମିତିରୁ ଲଢ଼ିବେ ବୋଲି ସପନ ଦେଇଥିଲେ। ହେଲେ ସେମିତି କିଛି ଦେଖିବାକୁ ମିଳିଲା ନାହିଁ। ଏବେ ଗମାଙ୍ଗ ପରିବାର ପୁଣି ଥିରେ କଂଗ୍ରେସକୁ ଫେରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    57 %
    2.4kmh
    6 %
    Tue
    29 °
    Wed
    30 °
    Thu
    30 °
    Fri
    29 °
    Sat
    29 °

    ସମ୍ବନ୍ଧିତ