Thursday, October 1, 2026
23.8 C
Odisha

    ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହାକୁ ନଜରରେ ରଖି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାନୁଆରୀ ୧୭ ତାରିଖକୁ ସରକାରୀ ଛୁଟି ଭାବେ ଘୋଷଣା କରିଛନ୍ତି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଜାନୁଆରୀ ୧୭ ତାରିଖରେ ଭକ୍ତି ଓ ଉତ୍ସାହର ସହିତ ଲୋକାର୍ପିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ