Saturday, October 10, 2026
23.6 C
Odisha

    ଜାନୁଆରି ୨୬ ଯାଏ ବଢ଼ିଲା ଅନଲାଇନରେ ବିଏସକେୱାଇ ନବୀନ କାର୍ଡ ପଞ୍ଜିକରଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଏସକେୱାଇ ନବୀନ କାର୍ଡ ପଞ୍ଜିକରଣ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଆଜି ଆବେଦନର ଶେଷ ତାରିଖ ଥିବା ବେଳେ ଏହାକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର।  ଜାନୁଆରି ୨୬ ତାରିଖ ଯାଏ ଲୋକେ ଅନଲାଇନରେ ପଞ୍ଜିକରଣ କରିପାରିବେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ତେବେ ଆହୁରି ଅନେକ ଲୋକ ଆବେଦନ କରିନଥିବାରୁ ପଞ୍ଜିକରଣ ଅବଧିକୁ ବୃଦ୍ଧି କରାଯାଇଥିବା ଜଣାଯାଇଛି।

    ଏବେ ସୁଦ୍ଧା ୩୦ ଜିଲ୍ଲାରୁ ବିଏସକେୱାଇ ନବୀନ କାର୍ଡ ପାଇର୍ ୭୦,୪୮୮ ଆବେଦନ ଆସିଛି। ଯେଉଁଥିରେ ୧.୮୨ ଲକ୍ଷ ଲୋକ ଉପକୃତ ହୋଇପାରିବେ। ଗଞ୍ଜାମରୁ ସର୍ବାଧିକ ଆବେଦନ ଆସିଥିବା ବେଳେ ଏହା ପଛକୁ କଟକ ଓ ଖୋର୍ଦ୍ଧା ଜିଲ୍ଲା ରହିଛି। ଗଞ୍ଜାମରୁ ବିଏସକେୱାଇ ନବୀନ କାର୍ଡ ପାଇଁ ସର୍ବାଧିକ ୯୫୨୫ଟି ଆବେଦନ ଆସିଛି।

    ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଏସକେୱାଇ-ନବୀନ କାର୍ଡର ଶୁଭାରମ୍ଭ କରିଥିଲେ। ବିଏସକେୱାଇ ଯୋଜନାରୁ ବଞ୍ଚିତ ଲୋକଙ୍କ ପାଇଁ ଏହା ଉଦ୍ଦିଷ୍ଟ। ଏହି ନୂଆ କାର୍ଡ ଜରିଆରେ ବିଏସକେୱାଇରୁ ବଞ୍ଚିତ ଗ୍ରାମାଞ୍ଚଳର ସବୁ ପରିବାର ଏହି ନୂଆ ଯୋଜନାରେ ସାମିଲ ହେବେ। କେବଳ ସରକାରୀ କର୍ମଚାରୀ ଓ ଆୟକରଦାତାଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ଅନ୍ୟ ଲୋକଙ୍କୁ ଏଥିରେ ସାମିଲ କରାଯିବ। ଏହି କାର୍ଡ ଜରିଆରେ ଉଭୟ ରାଜ୍ୟ ଓ ରାଜ୍ୟ ବାହାରେ ବିଏସକେୱାଇରେ ପଞ୍ଜିକୃତ ହସ୍ପିଟାଲରେ ଜଟିଳ ରୋଗର ଚିକିତ୍ସା ସୁବିଧା ପାଇପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    79 %
    1.5kmh
    1 %
    Sat
    23 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ