Sunday, March 22, 2026
20.3 C
Odisha

    ଗଜପତି ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ସମର୍ଥନ କରିବେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଅଦିନିଆ ରଥଯାତ୍ରାକୁ ନେଇ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ସମର୍ଥନ କରିବେ ରାଜ୍ୟ ସରକାର। ଆମେ ଜଗନ୍ନାଥ ସଂସ୍କୃତିକୁ ନଷ୍ଟ ହେବାକୁ ଦେବୁ ନାହିଁ। ଶ୍ରୀ ଜଗନ୍ନାଥଙ୍କର ସ୍ଵତନ୍ତ୍ର ନୀତିକାନ୍ତି ଓ ପରମ୍ପରା ରହିଛି । ମାତ୍ର ବିଶ୍ଵର ଭିନ୍ନ ଭିନ୍ନ ସ୍ଥାନରେ ଅଦିନିଆ ରଥଯାତ୍ରା ଜଗନ୍ନାଥ ପ୍ରେମୀଙ୍କୁ ବାଧୁଚି, ଯାହାକୁ ନେଇ ଉଦବେଗ ପ୍ରକାଶ ପାଇଛି। ଯେଉଁଭଳି ଭାବରେ ସ୍ନାନଯାତ୍ରାକୁ ଇସ୍କନ କର୍ତ୍ତୃପକ୍ଷ ବନ୍ଦ କରିଛନ୍ତି ସେହିଭଳି ଅଦିନିଆ ରଥଯାତ୍ରାକୁ ବନ୍ଦ କରିବା ନେଇ ଆମେ ଆଲୋଚନା କରିବୁ। ନଚେତ୍ ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିକୁ ଆମେ ସମ୍ପୂର୍ଣ୍ଣ ସହଯୋଗ କରିବୁ। ଏଣେ ମେଘନାଦ ପାଚେରୀକୁ ନେଇ ଆଇନ୍ ମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ପାଚେରୀରେ ଥିବା ଫାଟ ଅନେକ ଦିନର। ବିଭିନ୍ନ ସମୟରେ ବିଭିନ୍ନ ପ୍ରକାରର ଏଭିକ୍ସନ ସମୟରେ ଏହି ଫାଟ ହୋଇଛି। ଏ ନେଇ ଏଏସଆଇ କୁ ଚିଠି ଲେଖା ହୋଇଥିଲା । ତେବେ ସେ ଫାଟର ଗୋଟିଏ ପର୍ମାନେଟ୍ ମରାମତି ପାଇଁ ଏଏସଆଇ ପ୍ରକ୍ରିୟା ଆରମ୍ଭ କରିଛି। ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ଫାଟଗୁଡ଼ିକର ପରମାନେଟ ରିପାଇରିଂ କରିବା ସହ ମନ୍ଦିରର ବିଭିନ୍ନ ସ୍ଥାନରୁ ଯେଉଁଠି ପାଣି ଗଳୁଚି ତାକୁ ନେଇ ମଧ୍ୟ ଗୋଟିଏ ଯୋଜନା ପ୍ରସ୍ତୁତ ହୋଇଛି। ଖୁବ୍ ଶୀଘ୍ର ସେ ସବୁର କାମ ଖୁବ୍ ଶୀଘ୍ର ଶେଷ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.3 ° C
    20.3 °
    20.3 °
    44 %
    1.3kmh
    13 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ