Wednesday, January 14, 2026
12.9 C
Odisha

    ଶୀତ କମିବ, ତାତି ବଢ଼ିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇଛି। ଉତ୍ତର ପଶ୍ଚିମ ଦିଗରୁ ଆସୁଥିବା ମେଘ ସମୂହ ତଥା ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହିତ ହେଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶା ଯଥା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ମଙ୍ଗଳବାର ସକାଳ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାତିର ତାପମାତ୍ରା ଆହୁରି ୨ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ। ସେହିଭଳି ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    12.9 ° C
    12.9 °
    12.9 °
    51 %
    1.5kmh
    7 %
    Wed
    27 °
    Thu
    28 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ