Monday, October 12, 2026
24.4 C
Odisha

    ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ପଶ୍ଚିମ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆହୁରି ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆଜିଠାରୁ ବର୍ଷାର ପରିମାଣ କମିବ ବୋଲି କହିଛି। ଆଗାମୀ ୫ ଦିନଯାଏଁ ହାଲୁକରୁ ମଧ୍ୟମଧରଣର ବର୍ଷା ହେବାକୁ ଥିବା ବେଳେ ଆସନ୍ତା ୨୪ ଘଂଟାରେ କାଭ କାଁଭାଁ ସ୍ଥାନ ଯେପରିକି ସୁନ୍ଦରଗଡ, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡା ଏହି ୯ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
    ସେହିପରି ଆସନ୍ତାକାଲି ବରଗଡ଼, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ୧୦ ତାରିଖ ଠାରୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ଗତ ୨୪ ଘଂଟାରେ ସାରା ରାଜ୍ୟରେ ହାକୁକାରୁ ମଧ୍ୟମ ବର୍ଷା ସହ ୫ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ରେ ୧୩୪.୦୦ ମିମି ବର୍ଷା ରେକର୍ଡ ହୋଇଛି ।

    ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୧୪.୮ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୬ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୬୫୬.୮ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରି ରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    78 %
    0.5kmh
    0 %
    Mon
    29 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ