Tuesday, March 24, 2026
35.3 C
Odisha

    ସପ୍ତାହ ଶେଷରେ ପୁଣି ଲଘୁଚାପ, ଆହୁରି ୩ ଦିନ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସପ୍ତାହ ଶେଷରେ ପୁଣି ଲଘୁଚାପ। ଚଳିତ ସପ୍ତାହ ଶେଷ ବେଳକୁ ପଶ୍ଚିମବଙ୍ଗ ନିକଟରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହି ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ। ତେବେ ଏହି ଲଘୁଚାପ ବେଶୀ ଘନୀଭୂତ ହେବ ନାହିଁ। ସେପଟେ ଓଡିଶା ଓ ଝାଡଖଣ୍ଡ ଉପରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହୋଇ ବୁଧବାର ମଧ୍ୟ ପ୍ରଦେଶ ଓ ଉତ୍ତର ପ୍ରଦେଶ ଆଡକୁ ଗତି କରିଛି। ତେବେ ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି।

    ଗୋଟିଏ ଲଘୁଚାପର ପ୍ରଭାବ ନକମୁଣୁ ସପ୍ତାହ ଶେଷରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ତେବେ ଓଡିଶା ଉପରେ ଏହାର କଣ ପ୍ରଭାବ ରହିବ ତାହା ସ୍ପଷ୍ଟ ହୋଇନାହିଁ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଯାଏଁ ବର୍ଷା ଲାଗି ରହିବ। ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ, ସୋନପୁର, ବରଗଡ଼ ଓ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି। ସେହିପରି ଆଜି ୫ ଜିଲ୍ଲାକୁ ରହିଛି ୟେଲୋ ଆଲର୍ଟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    35.3 ° C
    35.3 °
    35.3 °
    17 %
    4.1kmh
    20 %
    Tue
    35 °
    Wed
    38 °
    Thu
    38 °
    Fri
    40 °
    Sat
    39 °

    ସମ୍ବନ୍ଧିତ