Tuesday, March 31, 2026
26.8 C
Odisha

    ଆଜି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ସକ୍ରିୟ ମୌସୁମୀ ସହ ଦକ୍ଷିଣ ଉତ୍ତର ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗିରହିଛି। ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ। ସୋମବାର ଓ ମଙ୍ଗଳବାର ଉତ୍ତର ଓଡ଼ିଶା ଯଥା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଉପକୂଳ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୨୭ ତାରିଖରେ ବଡ଼ ବର୍ଷା ନ ଥିବା ବେଳେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସହ କଚ୍ଚା‌ ରାସ୍ତା ନଷ୍ଟ ହେବାର ଆଶଙ୍କା ରହିଛି। ତେଣୁ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ଠିକ୍‌ କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍‌ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    50 %
    1.8kmh
    0 %
    Mon
    27 °
    Tue
    38 °
    Wed
    39 °
    Thu
    41 °
    Fri
    39 °

    ସମ୍ବନ୍ଧିତ