Saturday, October 3, 2026
24.7 C
Odisha

    ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଦକ୍ଷିଣ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା। ଆଜି ପୂର୍ବାହ୍ନ ସୁଦ୍ଧା ୧୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ସମସ୍ତ ଜିଲ୍ଲାଗୁଡ଼ିକ ହେଉଛି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ଗଜପତି, ବାଲେଶ୍ୱର, ବରଗଡ଼ ଓ ନୂଆପଡ଼ା। ପରବର୍ତ୍ତୀ ୨୪ ଘଣ୍ଟାରେ ୪ଜିଲ୍ଲା ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆଲର୍ଟ କରାଯାଇଛି। ପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ପଶିବା ଆଶଙ୍କା ଥିବାରୁ ସତର୍କତାମୂଳକ ପଦକ୍ଷେପ ନେବାକୁ ଏସଆରସିଙ୍କ ପକ୍ଷରୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ୨୩ ତାରିଖ ଠାରୁ ଉପକୂଳ ଓ ପଶ୍ଚିମ ଓଡ଼ିଶାରେ ପୁଣିଥରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.7 ° C
    24.7 °
    24.7 °
    83 %
    1.4kmh
    16 %
    Sat
    24 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ