Friday, October 16, 2026
28.4 C
Odisha

    ୧୨ ତାରିଖ ଯାଏଁ ପ୍ରବଳ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ପରବର୍ତ୍ତୀ ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ଉପକୂଳ ଓଡ଼ିଶାରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହେବ। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ଯେ ଗଶେଶ ପୂଜା ଅର୍ଥାତ୍‌ ୭ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ସକାଳୁ ବର୍ଷା ଆରମ୍ଭ ହେବ। ୭ରୁ ୯ ତାରିଖ ମଧ୍ୟରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାକୁ ଥିବା ବେଳେ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ବିକ୍ଷିପ୍ତ ବର୍ଷା ହୋଇପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    28.4 ° C
    28.4 °
    28.4 °
    68 %
    1.9kmh
    31 %
    Fri
    29 °
    Sat
    28 °
    Sun
    27 °
    Mon
    30 °
    Tue
    30 °

    ସମ୍ବନ୍ଧିତ