Sunday, October 4, 2026
28.6 C
Odisha

    ୩୧ ଯାଏଁ ପ୍ରବଳ ବର୍ଷିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ବଙ୍ଗୋପସାଗରରେ ଗୁରୁବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ପୂର୍ବ କେନ୍ଦ୍ରୀୟ ଓ ସନ୍ନିକଟ ଉତ୍ତର ବଙ୍ଗୋପ ସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଆଗାମୀ ୨ ଦିନ ମଧ୍ୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ମୁହାଁ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।

    ଗୁରୁବାର ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଆଦି ରହିଛି। ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେସବୁ ଜିଲ୍ଲା ମଧ୍ୟରେ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଆଦି ରହିଛି । ଶୁକ୍ରବାର ପାଇଁ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅତି ପ୍ରବଳ ବର୍ଷା ସତର୍କତା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩୦ ଓ ୩୧ ତାରିଖରେ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍ ପାଇଁ ସତର୍କ ସୁଚନା ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ