ରାଜ୍ୟରେ ଅତି ପ୍ରବଳ ବର୍ଷା, ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ରାଜ୍ୟରେ ଅତି ପ୍ରବଳ ବର୍ଷା, ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ବଙ୍ଗୋପସାଗରରେ ଲଘୁଚାପର ରୂପ ନେଲା ଲଘୁଚାପ କ୍ଷେତ୍ର। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତର ରୂପ ନେବା ସମ୍ଭାବନା ରହିଛି । ଏହାରି ପ୍ରଭାବରେ ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା। ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅତି ପ୍ରବଳ ବର୍ଷା ଆଶଙ୍କା ମଧ୍ୟ କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି ୭ ଜିଲ୍ଲାରେ ରେଡ୍‌, ୬ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । 

ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଥିବା ୭ତି ଜିଲ୍ଲାରେ ୨୦ ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୭ ଜିଲ୍ଲା ହେଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ । ପ୍ରବଳ ବର୍ଷା କାରଣରୁ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା କରାଯିବା ସହ ପ୍ରଶାସନକୁ ସଜାଗ ରହିବାକୁ ପରାମର୍ଶ ଦିଆଯାଇଛି।