ଆଗାମୀ ୨୪ ଘଣ୍ଟା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା

ଆଗାମୀ ୨୪ ଘଣ୍ଟା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏହି ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା । ସେହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ସେପ୍ଟେମ୍ବର ୨୨ରୁ ୨୩ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସହ ବଜ୍ରପାତ ହେବା ନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ। ସେହିପରି ୨୫ରୁ ୨୭ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି।