Tuesday, April 7, 2026
26.1 C
Odisha

    ଆଜି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

    ଆଗକୁ ପଢନ୍ତୁ

    ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ୧୪ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ଅନୁଗଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.1 ° C
    26.1 °
    26.1 °
    59 %
    3.2kmh
    82 %
    Tue
    31 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ