Tuesday, February 24, 2026
32.8 C
Odisha

    ବିଲକୁ ଯାଇ ଚାଷୀଙ୍କ ସହ ଫସଲ କାଟିଲେ ହେମା ମାଳିନୀ

    ଆଗକୁ ପଢନ୍ତୁ

    ସାଧାରଣ ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି ପ୍ରାର୍ଥୀମାନଙ୍କ ପ୍ରଚାର ବି ଜୋର ଧରୁଛି । ପ୍ରାର୍ଥୀମାନେ ନିଜ ଢଙ୍ଗରେ ପ୍ରଚାର କରିବାକୁ ଯାଇ ସୋସିଆଲ ମିଡିଆରେ ଭାଇରାଲ ହେବା ଦେଖାଯାଉଛି । ଏହି କ୍ରମରେ ପଛରେ ପଡିନାହାଁନ୍ତି ଅଭିନେତ୍ରୀ । ପ୍ରଚାର କରିବାକୁ ଯାଇ ଜମିରେ ଗହମ କାଟୁଛନ୍ତି ହେମା ମାଳିନୀ । ଏହାର ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ମଥୁରା ଲୋକସଭା କ୍ଷେତ୍ର ପାଇଁ ବିଜେପିରୁ ଟିକେଟ ପାଇଥିବା ହେମା ମାଳିନୀ ନିଜ ନିର୍ବାଚନ କ୍ଷେତ୍ରକୁ ଯାଇ ଲୋକଙ୍କ ଭେଟିବା ସହ ସେମାନଙ୍କ ସୁଖଦୁଃଖ ପଚାରି ବୁଝୁଛନ୍ତି । ଗୁରୁବାର ଏକ ଗାଁକୁ ଯାଇ ସେଠିକାର ମହିଳା ଚାଷୀଙ୍କ ସହ କଥା ହୋଇଥିଲେ ଏବଂ ଗହମ ବିଲରେ ପଶି ଫସଲ କାଟିଥିଲେ । ଏହାକୁ ସେ ଏକ୍ସରେ ସେୟାର କରିବା ସହ ଲେଖିଛନ୍ତି ଯେ, ‘ ମୋତେ ଦେଖି ଏଠିକାର ମହିଳା ମାନେ ବେଶ ଖୁସି ହୋଇଯାଇଥିଲେ ଏବଂ ମୋ ସହ ଫଟୋ ଉଠାଇବାକୁ କହିଥିଲେ’ । ହେମା ମାଳିନୀ ୨୦୧୪ରୁ ମଥୁରାରେ ଜିତି ଆସୁଛନ୍ତି । ସେଠାରେ ତାଙ୍କର ଲୋକପ୍ରିୟତା ରହିଛି । ସେଠିକାର ଲୋକଙ୍କ ପାଇଁ ସେ ବିକାଶମୂଳକ କାମ କରିଥିବାରୁ ଏଥର ମଧ୍ୟ ମଥୁରାରୁ ସେ ଜିତିବେ ବୋଲି ଚର୍ଚ୍ଚା ହେଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    32.8 ° C
    32.8 °
    32.8 °
    23 %
    3.2kmh
    18 %
    Tue
    32 °
    Wed
    34 °
    Thu
    34 °
    Fri
    35 °
    Sat
    37 °

    ସମ୍ବନ୍ଧିତ