Thursday, October 1, 2026
22.8 C
Odisha

    ୪୪.୮° ସେଲ୍ସିୟସ ସହ ବାରିପଦା ରାଜ୍ୟର ଉତ୍ତପ୍ତ ସହର: ୩୨ ସହରରେ ୪୦° ସେଲ୍ସିୟସ କିମ୍ବା ଅଧିକ ତାପମାତ୍ରା ରେକର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ଆଜି ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ ସେଲ୍ସିୟସ ତାପମାତ୍ରା ରେକର୍ଡ କରାଯାଇଛି | ବଡ କଥା ଯେ ୩୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି | ବାରିପଦାରେ ସର୍ବାଧିକ ୪୪.୮ ଡିଗ୍ରୀ, ଅନୁଗୁଳରେ ୪୪.୩ଡିଗ୍ରୀ, ବୌଦ୍ଧରେ ୪୪.୧ ଡିଗ୍ରୀ, ତାଳଚେର ଓ ଭବାନୀପାଟଣାରେ ୪୪ ଡିଗ୍ରୀ, ଟିଟିଲାଗଡ଼ରେ ୪୩.୫ ଡିଗ୍ରୀ, ଢେଙ୍କାନାଳରେ ୪୩.୨ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି | ଟ୍ୱିନସିଟି ବାବଦରେ କହିବାକୁ ଗଲେ କଟକର ତାପମାତ୍ରା ୪୨.୫ ଡିଗ୍ରୀ ସେଲ୍ସିୟସ ଓ ଭୁବନେଶ୍ୱରର ତାପମାତ୍ରା ୪୧.୩ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି | ସେହିପରି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ମେ ୧ ତାରିଖ ପର୍ଯ୍ୟନ୍ତ ପାଗରେ ହେବନି ବିଶେଷ ପରିବର୍ତ୍ତନ। ଜାରି ରହିବ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି। ମେ ୨ ରୁ ୪ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ରହିବ ସାମୁଦ୍ରିକ ଝଡ଼ର ପ୍ରଭାବ। ଯାହା ପ୍ରଭାବରେ ଉପକୂଳରେ ତାପମାତ୍ରା ୨ରୁ ୩ ଡିଗ୍ରି ଖସିବା ସହ ଆର୍ଦ୍ରତା ପ୍ରଭାବରେ ଲାଗି ରହିବ ଗୁଳୁଗୁଳି। ମାତ୍ର ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି। ସାମୁଦ୍ରିକ ଝଡ଼ର ପ୍ରଭାବ ହେଲେ ବି ରାଜ୍ୟରେ ଉଷ୍ମ ଦିନ ଅନୁଭୂତ ହେବ। ଏଭଳି ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.8 ° C
    22.8 °
    22.8 °
    84 %
    1.2kmh
    15 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ