Thursday, July 23, 2026
26.9 C
Odisha

    କଟକ ବାଲିଯାତ୍ରା ଅବଧି ଦିନେ ବଢ଼ିଲା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ନୌବାଣିଜ୍ୟର ସ୍ମୁତି, ଉତ୍କଳର ସାଧବପୁଅମାନଙ୍କର ବ୍ୟବସାୟ ତଥା ଐତିହାସିକ କଟକ ବାଲିଯାତ୍ରା ଆସନ୍ତା ୨୨ ତାରିଖ ବଦଳରେ ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଦର୍ଶକ, ବ୍ୟବସାୟୀ, କଳାକାରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ କଟକ ବାଲିଯାତ୍ରା-୨୦୨୪କୁ ଗୋଟିଏ ଦିନ ଅଧିକ ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ମହାମେଳା ଐତିହାସିକ କଟକ ‘ବାଲିଯାତ୍ରା’କୁ ଗତ ୧୫ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ‌ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।  ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ବାଲିଯାତ୍ରାରେ ଏଥର ଅନେକ କିଛି ଆକର୍ଷଣୀୟ ଆଉ ନୂଆ କଥା ଯୋଡ଼ା ହୋଇଛି। ‌ବାଲିଯାତ୍ରାକୁ ଅନ୍ତର୍ଜାତୀୟ ମାନ୍ୟତା ଦେବା ପ୍ରକ୍ରିୟାରେ ପ୍ରଥମଥର ପାଇଁ ୧୩ଟି ଦେଶର ରାଷ୍ଟ୍ରଦୂତ ଓ ହାଇକମିସନରଙ୍କ ସମେତ ୮ଟି ଦେଶର କଳାକାର ବାଲିଯାତ୍ରାରେ ସାମିଲ ହୋଇଛନ୍ତି। ବାଲିଯାତ୍ରାର ଉଦ୍‌ଘାଟନୀ ଉତ୍ସବରେ ଶ୍ରୀଲଙ୍କା, ବାଂଲାଦେଶ, ଥାଇଲାଣ୍ଡ, ଲାଓ ପିଡିଆର, ଭୁଟାନ, ସିଙ୍ଗାପୁର, ନେପାଳ, ମାଲେସିଆ, ଇଣ୍ଡୋନେସିଆ, ନାଉରୁ, ସୋଲୋମନ ଆଇଲାଣ୍ଡ, ନ୍ୟୁଜିଲାଣ୍ଡ, ଭିଜି, ଟିମୋର ଲେସେ ଓ ବୁର୍ଣ୍ଣେଇର ରାଷ୍ଟ୍ରଦୂତ ଓ ହାଇକମିସନର ଯୋଗଦେଇଥିଲେ।

    ପ୍ରଥମଥର ପାଇଁ ଦକ୍ଷିଣ-ପୂର୍ବ ରାଷ୍ଟ୍ରସମୂହ ସହ ଉତ୍କଳୀୟ ନୌବାଣିଜ୍ୟ ପରମ୍ପରାକୁ ନେଇ ସ୍ବତନ୍ତ୍ର ପାଭିଲିୟନ୍‌ କରାଯାଇଥିବାବେଳେ ଓଡ଼ିଆ ଅସ୍ମିତାକୁ ନେଇ ପୁରୁଣା ଓଡ଼ିଆ ସିନେମାକୁ ନେଇ କଟକ-ଇନ୍‌-କଟକରେ ପ୍ରଦର୍ଶନୀ ଆୟୋଜନ କରାଯାଇଛି। ଫିଲ୍ମ ଫେଷ୍ଟିଭାଲ, ଚଳଚ୍ଚିତ୍ର ପ୍ରଦର୍ଶନ, ଡ୍ରୋନ୍‌ ସୋ, ପିଠା ମହୋତ୍ସବ, ଓରମାସ୍‌ର ସ୍ବତନ୍ତ୍ର ଷ୍ଟଲ୍‌ ସହ ପ୍ରଥମ ଥର ପାଇଁ କଟକ ମାଟିରେ ‘ଆହେ ନୀଳଶଇଳ’ ମଞ୍ଚସ୍ଥ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.9 ° C
    26.9 °
    26.9 °
    78 %
    5.1kmh
    92 %
    Thu
    29 °
    Fri
    30 °
    Sat
    29 °
    Sun
    31 °
    Mon
    32 °

    ସମ୍ବନ୍ଧିତ