Wednesday, April 16, 2025
21.1 C
Odisha

    ସାଧାରଣତନ୍ତ୍ର ଦିବସର ଇତିହାସ

    ଆଗକୁ ପଢନ୍ତୁ

    ଇଂରେଜ ଶାସନରୁ ମହାତ୍ମା ଗାନ୍ଧୀଙ୍କ ନେତୃତ୍ୱରେ ଅସ‌ହ‌ଯୋଗ ଓ ଅହିଂସାପୂର୍ଣ୍ଣ ଭାରତୀୟ ସ୍ୱାଧୀନତା ଆନ୍ଦୋଳନ ଫଳରେ ଭାରତ ୧୫ ଅଗଷ୍ଟ ୧୯୪୭ରେ ସ୍ୱାଧୀନ ହେଲା । ଇଂଲଣ୍ଡର ପାର୍ଲିଆମେଣ୍ଟରେ ଭାରତୀୟ ସ୍ୱାଧୀନତା ଆକ୍ଟ ୧୯୪୭ (୧୦ ଓ ୧୧ ଜିଇଓ ୬ ସି ୩୦) ବଳରେ ବ୍ରିଟିସ ଭାରତ ଦ୍ୱିଖଣ୍ଡିତ ହୋଇ ଦୁଇଟି ନୂଆ ଦେଶ ଭାରତ ଓ ପାକିସ୍ଥାନରେ ବିଭକ୍ତ ହୋଇ କମନ‌ୱେଲ୍ଥ ନେସନରେ ସଂଯୁକ୍ତ ହେଲା । ୧୫ ଅଗସ୍ଟ ୧୯୪୭ ଦିନଠାରୁ ଜର୍ଜ ୬ ଭାରତର ମୂଖ୍ୟ ହେଲେ, ମାଉଣ୍ଟ ବ୍ୟଟେନ ପ୍ରଥମ ଗଭର୍ଣ୍ଣର ଜେନେରାଲ ହେଲେ ଯାହାକୁ କନସ୍ଟିଚ୍ୟୁସନାଲ ମୋନାର୍କି କୁହା‌ଯାଉଥିଲା । ସେତେବେଳେ ପରିବର୍ତ୍ତିତ କଲୋନିଆଲ ଗଭର୍ନମେଣ୍ଟ ଇଣ୍ଡିଆ ଆକ୍ଟ, ୧୯୩୫ଦ୍ୱାରା ଭାରତର ଶାସନ ପରିଚାଳିତ ହେଉଥିଲା । ତାପରେ ଭାରତର ସଂବିଧାନ ତିଆରି କରିବା ନିମନ୍ତେ ୨୮ ଅଗଷ୍ଟ ୧୯୪୭ରେ ଗୋଟିଏ ଚିଠା କମିଟି ତିଆରି କରାଗଲା ଯାହାର ଚେୟାରମ୍ୟାନ ବା ମୂଖ୍ୟ ବି ଆର ଆମ୍ବେଦକର ଥିଲେ । ଏହି କମିଟି ୪ ନଭେମ୍ବର ୧୯୪୭ ଦିନ ସମ୍ବିଧାନ ଚିଠା ଆସେମ୍ବ୍ଲିକୁ ହସ୍ତାନ୍ତର କଲେ । ଦୀର୍ଘ ୧୬୬ ଦିନ ଧରି ଏହା ନାଗରିକଙ୍କ ନିମନ୍ତେ ଖୋଲା ଥିଲା ଓ ଆସେମ୍ବ୍ଲି ଥରକୁ ଥର ବସି ଏହା ଉପରେ ଆଲୋଚନା କଲେ । ଶେଷରେ ୨୪ ଜାନୁଆରୀ ୧୯୫୦ ତାରିଖ ଦିନ ଏହି ଚିଠା ପ୍ରସ୍ତାବର ଇଂରାଜୀ ଓ ହିନ୍ଦିରେ ଲିଖିତ ଦୁଇ କପି ଉପରେ ୩୦୮ ସଦସ୍ୟ ଦସ୍ତଖତ କଲେ । ଏହି ସମ୍ବିଧାନ ଜା‌ନୁଆରୀ ୨୬, ୧୯୫୦ ତାରିଖ ଦିନ ବଳବତ୍ତର ହେଲା ଯାହାକୁ ଆମେ ସାଧାରଣତନ୍ତ୍ର ଦିବସ ଭାବରେ ପାଳନ କରୁଛୁ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    21.1 ° C
    21.1 °
    21.1 °
    77 %
    2.1kmh
    16 %
    Wed
    36 °
    Thu
    39 °
    Fri
    41 °
    Sat
    43 °
    Sun
    41 °

    ସମ୍ବନ୍ଧିତ