Saturday, July 27, 2024
24.8 C
Odisha

    ବିଜେଡି-ବିଜେପିର ହଟ୍ଟଗୋଳ ପାଇଁ ଗୃହକାର୍ଯ୍ୟ ପୁଣି ଦିନ ୧୨ଟା ୩୦ ଯାଏଁ ମୁଲତବି

    ଆଗକୁ ପଢନ୍ତୁ

    ବିଧାନସଭା ଅଧିବେଶନର ତୃତୀୟ ଦିନ ଆରମ୍ଭରୁ ଗୃହରେ ହଟ୍ଟଗୋଳ । ମୁଲତବି ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପୁଣିଥରେ ହଟ୍ଟଗୋଳ କାରଣରୁ ଦିନ ୧୨ଟା ୩୦ ଯାଏଁ ଗୃହକୁ ମୁଲତବି କରିଛନ୍ତି ବାଚସ୍ପତି । ଆଜି ଗୃହ ଆରମ୍ଭରୁ ଅର୍ପଣ ରଥରେ ଉଷୁନା ଚାଉଳ ପ୍ରସଙ୍ଗରେ ବିଜେପି ସଦସ୍ୟ ଗୃହ ଭିତରେ ହଟ୍ଟଗୋଳ କରିଥିଲେ । ସେହିଭଳି ପରୀ ପ୍ରସଙ୍ଗରେ ଧର୍ମେନ୍ଦ୍ର ପ୍ରଧାନ ଓ ମୋହନ ମାଝୀଙ୍କ କ୍ଷମା ପ୍ରାର୍ଥନା ଦାବି କରି ନିଜ ଆସନରେ ଛିଡା ହୋଇ ବିଜେଡି ବିଧାୟକ ପ୍ରତିବାଦ କରିଥିଲେ । ଫଳରେ ପ୍ରଶ୍ନକାଳ ଚାଲିପାରିନଥିଲା । ପ୍ରବଳ ହୋ ହଲ୍ଲା ପାଇଁ ଗୃହକାର୍ଯ୍ୟକୁ ପ୍ରଥମେ ଦିନ ୧୧ଟା ୩୦ ଯାଏଁ ମୁଲତବି କରିଥିଲେ ବାଚସ୍ପତି । ମୁଲତବି ସମୟ ଶେଷ ହେବା ପରେ ପୁଣିଥରେ ଗୃହ ଆରମ୍ଭରୁ ସମାନ ପ୍ରସଙ୍ଗରେ ଉଭୟ ବିଜେପି ଓ ବିଜେଡି ହଟ୍ଟଗୋଳ କରିଥିଲେ । ଫଳରେ ଗୃହକୁ ଦିନ ୧୨ଟା ୩୦ଯାଏଁ ମୁଲତବି କରିଛନ୍ତି ବାଚସ୍ପତି । ବାରମ୍ବାର ମୁଲତବି କାରଣରୁ ଗୃହକାର୍ଯ୍ୟ ବାଧାପ୍ରାପ୍ତ ହେଉଛି । ଅନ୍ୟପଟେ ଗୃହ ମୁଲତବି ହେବା ପରେ ବିଜେଡି ବିଧାୟକ ମାନେ ଗାନ୍ଧୀ ମୂର୍ତ୍ତି ତଳେ ପ୍ରତିବାଦ କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ