Monday, July 22, 2024
25.3 C
Odisha

    ଜଗନ୍ନାଥଙ୍କ ଭଜନକୁ ଅଶ୍ଳୀଳ ଭାବରେ ଗାଇବା ପରେ ହ୍ୟୁମାନଙ୍କ ନାମରେ ଥାନାରେ ଅଭିଯୋଗ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପୁଣି ଥରେ ଅଡୁଆରେ ପଡିଲେ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗର । ତାଙ୍କ ସହ ସିଙ୍ଗର ରୁକୁ ସୁନାଙ୍କ ନାଁରେ ମଧ୍ୟ ମାମଲା ରୁଜୁୁ ହୋଇଛି । ଏଥର ଭଜନକୁ ନେଇ ତାଙ୍କ ନାଁରେ ମାମଲା ରୁଜୁ ହୋଇଛି । ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ କ୍ୟାପିଟାଲ ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ କରିଛନ୍ତି ମାନବାଧିକାର କର୍ମୀ ଶିବ ସୁନ୍ଦର ସ୍ଵାଇଁ।ସାମାଜିକ ଗଣମାଧ୍ୟମରେ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଉଭୟ ହ୍ୟୁମାନ ସାଗର ଓ ରୁକୁ ସୁନା ଜଗନ୍ନାଥଙ୍କ ଭଜନକୁ ଅଶ୍ଳୀଳ ଭାବରେ ଗାଇବା ଶୁଣିବାକୁ ମିଳିଛି । ଏପରି କାର୍ଯ୍ୟ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ଦେଇଛି । କେବଳ ଏହି ଦୁଇଜଣଙ୍କ ବିରୋଧରେ ନୁହେଁ ଯେଉଁମାନେ ଏହି ଭିଡିଓରେ ଦେଖାଯାଉଛନ୍ତି ତାଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବୀ ହୋଇଛି । ଏହାସହ ଯେଉଁ ଷ୍ଟୁଡିଓରେ ଏହି ଗୀତ ରେକର୍ଡ ହୋଇଛି ତାହା ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ଆବଶ୍ୟକ ରହିଛି ବୋଲି ଅଭିଯୋଗକାରୀ କହିଛନ୍ତି। ଏପରିକି ତାଙ୍କୁ ବ୍ୟାନ କରିବା ଦରକାର ବୋଲି ମଧ୍ୟ ଦାବୀ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.3 ° C
    25.3 °
    25.3 °
    94 %
    1.7kmh
    100 %
    Mon
    25 °
    Tue
    25 °
    Wed
    24 °
    Thu
    24 °
    Fri
    24 °

    ସମ୍ବନ୍ଧିତ