Thursday, May 1, 2025
24.6 C
Odisha

    IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ) ଅଧିକାରୀ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଶ୍ରମ କମିଶନର ଭାବେ ନିଯୁକ୍ତି ଦିଆଯାଇଛି । ସେହିପରି ସୁଧାଂଶୁ ମୋହନ ସାମଲଙ୍କୁ ଓଏମସି ଲିମିଟେଡର ପରିଚାଳନା ନିର୍ଦ୍ଦେଶକ (ଏମଡି) ଦାୟିତ୍ୱ ଦିଆଯାଇଛି । ସିଟି ଦ୍ରବ୍ୟ ଓ ସେବା କର (ଜିଏସଟି) କମିଶନର ଭାବେ ଯାମିନୀ ଷଡ଼ଙ୍ଗୀଙ୍କୁ ଦାୟିତ୍ୱ ଦିଆଯାଇଥିବା ବେଳେ ଚିତ୍ରା ଅରୁମୁଗମଙ୍କୁ ଶ୍ରମ ଓ ଇଏସଆଇ ବିଭାଗର ପ୍ରମୁଖ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।ରାଜ୍ୟ ଗୃହ ବିଭାଗର ଅତିରିକ୍ତ ସଚିବ ଭାବେ ତ୍ରିଲୋଚନ ମାଝୀଙ୍କୁ ଦାୟିତ୍ୱ ଦିଆଯାଇଛି । ସମବାୟ ସମିତିର ରେଜିଷ୍ଟ୍ରାର ଦାୟିତ୍ୱ ବହନ କରିବେ ସିଦ୍ଧାର୍ଥ ଦାସ । ପୂର୍ତ୍ତ ବିଭାଗର ଅତିରିକ୍ତ ସଚିବ ଭାବେ ସତ୍ୟବ୍ରତ ରାଉତଙ୍କୁ ଅବସ୍ଥାପିତ କରାଯାଇଛି । ବିଜୟ କୁମାର ପୃଷ୍ଟିଙ୍କୁ ଜିଓ ଓ ପିଜି ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି । ମୋନିକା ପ୍ରିୟଦର୍ଶିନୀଙ୍କୁ ଓଡ଼ିଶା ଜୀବିକାମିଶନର ମିଶନ ଡାଇରେକ୍ଟର ଭାବେ ଦାୟିତ୍ୱ ଦିଆଯାଇଛି । ଦିପଙ୍କର ମହାପାତ୍ରଙ୍କୁ କ୍ରୀଡ଼ା ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି । ସ୍ମିତା ରାଉତଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.6 ° C
    24.6 °
    24.6 °
    70 %
    3.2kmh
    2 %
    Thu
    24 °
    Fri
    40 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ