Monday, October 5, 2026
21.7 C
Odisha

    ଆଇଏଏସ୍‌ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଅନୁପମ ସାହାଙ୍କୁ ଜଗତସିଂହପୁର ଜିଲ୍ଲାପାଳ ଦାୟିତ୍ବ ପ୍ରଦାନ କରାଯାଇଥିବା ବେଳେ ଅରିନ୍ଦମ ଡାକୁଆ କଟକର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ସେହିପରି ସମର୍ଥ ବର୍ମାଙ୍କୁ ପୂର୍ତ୍ତ ବିଭାଗ ଅତିରିକ୍ତ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।ସେହିପରି ବିନୀତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଛି। ପାରୁଲ ପଟାୱାରିଙ୍କୁ OSEPAର ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ବ ଦିଆଯାଇଥିବା ବେଳେ ଶୁଭଙ୍କର ମହାପାତ୍ରଙ୍କୁ ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଭାବେ ଦାୟିତ୍ବ ପ୍ରଦାନ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.7 ° C
    21.7 °
    21.7 °
    75 %
    1.2kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    29 °
    Fri
    31 °

    ସମ୍ବନ୍ଧିତ