Sunday, March 22, 2026
20.3 C
Odisha

    ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

    ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଅନ୍ୟପଟେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।

    ୮ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି କିମ୍ବା ତାଠାରୁ କମ ରହିଥିଲା । ଆସନ୍ତା ଦୁଇ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    20.3 ° C
    20.3 °
    20.3 °
    44 %
    1.3kmh
    13 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ