Saturday, July 27, 2024
24.8 C
Odisha

    ଇମ୍ରାନ ଖାନଙ୍କୁ ବଡ ଝଟକା, ୧୦ ବର୍ଷ କାରାଦଣ୍ଡରେ ଦଣ୍ଡିତ କଲେ କୋର୍ଟ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। ସିଫର ମାମଲାରେ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ପ୍ରତିଷ୍ଠାତା ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କୋର୍ଟ । ରିପୋର୍ଟ ଅନୁଯାୟୀ, ଇମ୍ରାନ ଖାନଙ୍କ ବ୍ୟତୀତ ଦେଶର ପୂର୍ବତନ ବୈଦେଶିକ ମନ୍ତ୍ରୀ ଶାହ ମହମୁଦ କୁରେଶୀଙ୍କୁ ମଧ୍ୟ ଏହି ମାମଲାରେ ସମାନ ବର୍ଷ ଦଣ୍ଡିତ କରାଯାଇଛି । ଅଫିସିଆଲ୍ ସିକ୍ରେଟ୍ ଆକ୍ଟ ଅନୁଯାୟୀ ଗଠିତ ସ୍ୱତନ୍ତ୍ର କୋର୍ଟ ଉଭୟ ନେତାଙ୍କ ବିରୋଧରେ ଏହି ନିଷ୍ପତ୍ତି ଦେଇଛନ୍ତି । ଇମ୍ରାନ ଏବଂ ଶାହ ମହମୁଦ କୁରେଶୀଙ୍କ ବିରୋଧରେ ସିଫରର ଏହି ମାମଲା ଜାତୀୟ ସୁରକ୍ଷା ସହ ଜଡିତ ଅଛି। ସର୍ବୋଚ୍ଚ ଗୁପ୍ତ ତଥ୍ୟର ବ୍ୟକ୍ତିଗତ ବ୍ୟବହାର ନେଇ ଇମ୍ରାନ ଖାନଙ୍କ ବିରୋଧରେ ରହିଛି ଅଭିଯୋଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    96 %
    1.2kmh
    100 %
    Sat
    26 °
    Sun
    27 °
    Mon
    30 °
    Tue
    30 °
    Wed
    25 °

    ସମ୍ବନ୍ଧିତ