Wednesday, October 14, 2026
26.2 C
Odisha

    ଏବର୍ଷ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ କାର୍ଯ୍ୟକ୍ରମ ମହାତ୍ମା ଗାନ୍ଧୀ ମାର୍ଗରେ ପାଳନ କରାଯିବ। ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକର ଆଲୋଚନାରୁ ଜଣାଯାଇଛି ଯେ ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୁଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ମୁଖ୍ୟମନ୍ତ୍ରୀ ସକାଳ ୯ଟା ସମୟରେ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ
    ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ। ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ, ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ ସିଂହ, ଗୃହ ବିଭାଗର ସ୍ବତନ୍ତ୍ର ସଚିବ ସନ୍ତୋଷ ବାଲା ଓ କଟକ-ଭୁବନେଶ୍ବରର ପୁଲିସ କମିଶନର ସଂଜୀବ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    85 %
    1.6kmh
    37 %
    Wed
    24 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ