Thursday, September 10, 2026
23.9 C
Odisha

    ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି ଭାରତ: ଭର୍ତ୍ତୃହରି ମହତାବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭାରତ ଶକ୍ତିଶାଳୀ ରାଷ୍ଟ୍ରରେ ପରିଣତ ହେଉଛି। ଭାରତକୁ ୨୦୪୭ ମସିହା ସୁଦ୍ଧା ଏକ ବିକଶିତ ଓ ବିଶ୍ୱର ପ୍ରମୁଖ ସମୃଦ୍ଧଶାଳୀ ରାଷ୍ଟ୍ର ଭାବରେ ଗଢ଼ି ତୋଳିବା ପାଇଁ ସରକାର ଉଦ୍ୟମ କରୁଛନ୍ତି। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କେନ୍ଦ୍ର ସରକାରଙ୍କ ‘ବିକଶିତ ଭାରତ -୨୦୪୭’ ସମ୍ପର୍କିତ ଏକ ଫଟୋଚିତ୍ର ପ୍ରଦର୍ଶନୀ ଏବଂ ସଚେନତତା କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ଅବସରରେ କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ସାଂସଦ ଭର୍ତ୍ତୃହରି ମହତାବ ଏହା କହିଛନ୍ତି।

    ଅନ୍ୟମାନଙ୍କ ମଧ୍ୟରେ ଜଗତସିଂହପୁର ସାଂସଦ ବିଭୁପ୍ରସାଦ ତରାଇ ଏବଂ କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଏବଂ ପତ୍ର ସୂଚନା କାର୍ଯ୍ୟାଳୟର ଅତିରିକ୍ତ ମହାନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଯୋଗଦେଇ ଏହି ପ୍ରଦର୍ଶନୀର ଲକ୍ଷ୍ୟ ଏବଂ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଅଧିକରୁ ଅଧିକ ଲୋକ ଏହାକୁ ବୁଲି ଦେଖିବା ସହ କେନ୍ଦ୍ର ସରକାରଙ୍କ ଯୋଜନା ଓ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ ହେବାକୁ ସେ ଆହ୍ୱାନ ଦେଇଥିଲେ। ଏହି ଅବସରରେ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱରର ନିର୍ଦ୍ଦେଶକ ଡକ୍ଟର ଗିରିଶ ଚନ୍ଦ୍ର ଦାଶ ଓ ପତ୍ର ସୂଚନା କାର୍ଯ୍ୟାଳୟର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି ଉପସ୍ଥିତ ଥିଲେ। କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଭୁବନେଶ୍ୱର କ୍ଷେତ୍ର ପ୍ରଦର୍ଶନୀ ଅଧିକାରୀ ମହେନ୍ଦ୍ର ପ୍ରସାଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

    ଏହି ପ୍ରଦର୍ଶନୀରେ ଭାରତ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ସୂଚନା ଦିଆଯାଇଥିବା ବେଳେ ବାଲିଯାତ୍ରା ବୁଲିବାକୁ ଆସୁଥିବା ଲକ୍ଷ ଲକ୍ଷ ଲୋକ ଏହାଦ୍ୱାରା ସଚେତନ ଏବଂ କେନ୍ଦ୍ର ସରକାରଙ୍କ ଯୋଜନାର ସୁଫଳ ପାଇପାରିବେ। ଆଠ ଦିନବ୍ୟାପୀ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପ୍ରଦର୍ଶନୀ ମଞ୍ଚରେ ବିଭିନ୍ନ ସଚେତନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଆଲୋଚନାଚକ୍ର ଏବଂ ପ୍ରତିଯୋଗିତା ଆୟୋଜନ ମୁଖ୍ୟ ଆକର୍ଷଣ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    96 %
    1.1kmh
    100 %
    Thu
    24 °
    Fri
    27 °
    Sat
    28 °
    Sun
    29 °
    Mon
    29 °

    ସମ୍ବନ୍ଧିତ