Saturday, March 21, 2026
19.7 C
Odisha

    ସୋଆରେ ଉତ୍ସାହର ସହ ୭୮ତମ ସ୍ୱାଧୀନତା ଦିବସ ପାଳିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ୧୬/୦୮: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଉତ୍ସାହର ସହ ୭୮ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଶ୍ୱବିଦ୍ୟାଳୟର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ର ଜାତୀୟ ପତାକା ଉତୋଳନ କରିଥିଲେ।
    ସୋଆର ଛାତ୍ରଛାତ୍ରୀ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଏବଂ ସିକ୍ୟୁରିଟି ସୁରକ୍ଷା କର୍ମଚାରୀ ପରେଡ୍‌ରେ ସାମିଲ ହୋଇଥିବା ବେଳେ ପ୍ରଫେସର ମିଶ୍ର ପରେଡ୍ ଅଭିବାଦନ ଗ୍ରହଣ କରିଥିଲେ।
    ଦେଶକୁ ସ୍ୱାଧୀନ କରିବାରେ ସ୍ୱାଧୀନତା ସଂଗ୍ରାମୀଙ୍କ ଭୂମିକା ସମ୍ପର୍କରେ ବଖାଣି ପ୍ରଫେସର ମିଶ୍ର ନିଜ ଅଭିଭାଷଣରେ ସ୍ୱାଧୀନତା ଦାୟିତ୍ୱବୋଧତାର ଅନ୍ୟ ଏକ ଦିଗ ବୋଲି ଛାତ୍ରଛାତ୍ରୀ, ଫ୍ୟାକଲ୍ଟି ମେମ୍ବର୍ସ ଓ କର୍ମଚାରୀଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ରଖିଥିଲେ।
    ଏହି ଅବସରରେ ସୋଆର ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀମାନେ ଦେଶାତ୍ମବୋଧକ ଭିତିକ ସଂଗୀତ ଓ ନୃତ୍ୟ ସମ୍ମିଳିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।
    ନିକଟରେ ପ୍ରକାଶିତ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁସ୍‌ନାଲ୍ ର‌୍ୟାଙ୍କିଙ୍ଗ୍ ଫ୍ରେମୱାର୍କ (ଏନ୍‌ଆଇଆର୍‌ଏଫ୍‌) ର‌୍ୟାଙ୍କିଙ୍ଗ୍‌ସ ୨୦୨୪ରେ ଦେଶର ଶ୍ରେଷ୍ଠ ୧୪ତମ ବିଶ୍ୱବିଦ୍ୟାଳୟ ଭାବେ ନିଜର ସ୍ଥାନ ହାସଲ କରିଛି ସୋଆ।
    ସ୍ୱାଧୀନତା ଦିବସ ପାଳନ ଅବସରରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ, ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସୁଦାମ ଚନ୍ଦ୍ର ସି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡାକ୍ତର) ସଂଘମିତ୍ରା ମିଶ୍ର, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଡେଂଟାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର (ଡାକ୍ତର) ନୀତା ମହାନ୍ତି, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍‌ର ଡିନ୍ ପ୍ରଫେସର ଅନୁପ ସାମନ୍ତରାୟ, ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ, ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟର ଡିନ୍ ପ୍ରଫେସର ସୁଶାନ୍ତ ରଞ୍ଜନ ଚଇନି, ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ପୁଷ୍ପରାଜ ସାମନ୍ତସିଂହାର, ଓଏସ୍‌ଡି ଶ୍ରୀ ପ୍ରହଲ୍ଲାଦ ମହାନ୍ତି, ଜଏଂଟ ରେଜିଷ୍ଟ୍ରାର ଶ୍ରୀ ଭିଷ୍ମ ଚରଣ ଦାସ, ଡାଇରେକ୍ଟର (ରିସୋର୍ସ) ତଥା ଚିଫ୍ ଭିଜିଲାନ୍ସ ଅଫିସର ଶ୍ରୀ ଯୁଗଳ କିଶୋର ଦାସ, ଡାଇରେକ୍ଟର (ଲିଗାଲ ଆଫେୟାର୍ସ) ଶ୍ରୀ ସଞ୍ଜୟ କୁମାର ସାହୁ, ୟୁନିଭର୍ସିଟି ଆଉଟ୍‌ରିଚ୍ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
    ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।
    ଆୟୋଜିତ ପରେଡ୍‌ରେ ସୋଆର ପ୍ଲସ୍ ଟୁ ସାଇନ୍ସ କଲେଜ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ହାୟର୍ ସେକେଣ୍ଡାରୀ ଏଜୁକେସନ୍ (ଆଇଏଚ୍‌ଏସ୍‌ଇ)ର ଛାତ୍ରଛାତ୍ରୀ ପ୍ରଥମ ପୁରସ୍କାର ନେଇଥିବା ବେଳେ ଆଇଏଏସ୍‌ର ଛାତ୍ରଛାତ୍ରୀ ଦ୍ୱିତୀୟ ଏବଂ ଏନ୍‌ଏସ୍‌ଏସ୍‌ର ଛାତ୍ରଛାତ୍ରୀ ତୃତୀୟ ସ୍ଥାନ ଅଧିକାର କରିଥିଲେ।
    ସ୍ୱାଧୀନତା ଦିବସ ଅବସରରେ ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟରେ ମଧ୍ୟ ସ୍ୱାଧୀନତା ଦିବସ ପାଳନ କରାଯାଇଥିବା ବେଳେ ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଜାତୀୟ ପତାକା ଉତୋଳନ କରିଥିଲେ। ଏହି ଅବସରରେ ସୋଆର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସମେତ ଜଏଂଟ ରେଜିଷ୍ଟ୍ରାର ଡକ୍ଟର ଶଶାଙ୍କ ମିଶ୍ର ଓ ସେଂଟର ଫର୍ କ୍ୱାଂଟମ୍ ସାଇନ୍‌ସ ଆଣ୍ଡ ଟେକ୍ନୋଲୋଜିର ନିର୍ଦ୍ଦେଶକ ପ୍ରଫେସର ପ୍ରଶାନ୍ତ ପାଣିଗ୍ରାହୀ ମଧ୍ୟ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    19.7 ° C
    19.7 °
    19.7 °
    77 %
    3.2kmh
    100 %
    Fri
    20 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ