Thursday, July 2, 2026
29.5 C
Odisha

    ପ୍ରଶାନ୍ତ ଜଗଦେବଙ୍କୁ ୩ ଦିନ ଅନ୍ତରୀଣ ଜାମିନ

    ଆଗକୁ ପଢନ୍ତୁ

    ଖୋର୍ଦ୍ଧା: ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବଙ୍କୁ  ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନି ଦିନିଆ ଅନ୍ତରୀଣ ଦେଇଛନ୍ତି ଖୋର୍ଦ୍ଧା ଏଡିଜେ-୧ କୋର୍ଟ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ ଓ ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା। ଆସନ୍ତା ୯ରୁ ୧୧ ତାରିଖ ଯାଏଁ ଜାମିନରେ ରହିବେ ଖୋର୍ଦ୍ଧାର ବିଜେପି ବିଧା୍ୟକ ପ୍ରଶାନ୍ତ ଜଗଦେବ। ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି।ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା। ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଚିକିତ୍ସିତ ହେଉଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    29.5 ° C
    29.5 °
    29.5 °
    73 %
    2.6kmh
    94 %
    Thu
    30 °
    Fri
    30 °
    Sat
    31 °
    Sun
    25 °
    Mon
    24 °

    ସମ୍ବନ୍ଧିତ