Thursday, April 2, 2026
26 C
Odisha

    ୨୦୨୫ ମାର୍ଚ୍ଚ ସୁଦ୍ଧା ଅପହଞ୍ଚ ଗାଁକୁ ଇଣ୍ଟରନେଟ୍ ସେବା ଦେବା ସରକାରଙ୍କ ଲକ୍ଷ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାକୁ ନେଇ ଉତ୍ତର ରଖି ଏହା କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ।

    ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ ଟି ମୋବାଇଲ ଟାୱାର ଅଛି। ସେଥିରୁ ୧୨ ହଜାର ୬୦୨ଟି 5ଜି ଟାୱାର ଅଛି। ଅଧିକ ୫ଜି ଟାୱାର ଅପଗ୍ରେଡ କରାଯାଉଛି । ୨୦୨୫ ମାର୍ଚ୍ଚ ସୁଦ୍ଧା ଅନକନେକ୍ଟେଡ୍ ଗାଁକୁ ସେବା ପହଞ୍ଚାଇବା ସରକାର ଲକ୍ଷ୍ୟ ରଖିଛନ୍ତି। ଇଣ୍ଟେରନେଟ ସମସ୍ୟା ଦୂର କରିବାକୁ ଜିଲ୍ଲା ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ ହୋଇଛି। ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ଏହି ଟାସ୍କ ଫୋର୍ସ କାମ କରିବ। ପାହାଡ଼ିଆ ଅଞ୍ଚଳରେ ଟାୱାର ସଂଯୋଗୀକରଣ ହୋଇପାରିନାହିଁ।

    କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମଙ୍କ ତଥ୍ୟକୁ ସଠିକ କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ବିଜେପି ସରକାର ଆସିବା ପରେ ଏନେଇ ପଦକ୍ଷେପମାନ ନିଆଯାଉଛି। ଖୁବଶୀଘ୍ର ମୋବାଇଲ ଓ ଇଣ୍ଟରନେଟ୍ ସେବା ମିଳିବ ବୋଲି ସେ ଦୃଢୋକ୍ତି କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26 ° C
    26 °
    26 °
    46 %
    1.3kmh
    0 %
    Thu
    39 °
    Fri
    41 °
    Sat
    38 °
    Sun
    37 °
    Mon
    35 °

    ସମ୍ବନ୍ଧିତ