Tuesday, September 29, 2026
23.8 C
Odisha

    ମହାକୁମ୍ଭରେ ଯୋଗ ଦେବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଉତ୍ତର ପ୍ରଦେଶର ପ୍ରୟାଗରାଜରେ ମହାକୁମ୍ଭରେ ଯୋଗ ଦେବା ଲାଗି ଉତ୍ତର ପ୍ରଦେଶ ସରକାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଧିବଦ୍ଧ ଭାବେ ନିମନ୍ତ୍ରଣ କରିଛନ୍ତି। ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିର୍ଦ୍ଦେଶକ୍ରମେ ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର ଏବଂ ଖାଦ୍ୟ ଓ ଯୋଗାଣ ରାଷ୍ଟ୍ର ମନ୍ତ୍ରୀ ସତୀଶ ଚନ୍ଦ୍ର ଶର୍ମା ଆସି ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନକୁ ଯାଇ ନିମନ୍ତ୍ରଣ କରିଛନ୍ତି।

    ଏହି ଅବସରରେ ଓଡ଼ିଶା ରାଜ୍ୟ ସରକାରଙ୍କ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ। ଆସନ୍ତା ବର୍ଷ ଜାନୁଆରି ୧୩ ତାରିଖରୁ ଫେବୃଆରି ୨୬ ତାରିଖ ଯାଏ ପ୍ରୟାଗରାଜରେ ମହାକୁମ୍ଭ ଅନୁଷ୍ଠିତ ହେଉଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେବେ ବୋଲି ଜଣାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ