Saturday, January 31, 2026
24.7 C
Odisha

    ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଇପିଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ବଦଳିଲେ ଟ୍ବିନ ସିଟି ପୁଲିସ କମିଶନର । ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଦାୟିତ୍ବ ପ୍ରଦାନ କରାଯାଇଇଥିବା ବେଳେ ସଂଜୀବ ପଣ୍ଡାଙ୍କୁ ଟ୍ବିନ ସିଟି ପୁଲିସ କମିଶନର ଦାୟିତ୍ବ ପ୍ରଦାନ କରାଯାଇଛି। ସେହିପରି, ସନ୍ତୋଷ ବାଲାଙ୍କୁ ପୁଲିସ ହାଉସିଂ ବୋର୍ଡ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ହିମାଂଶୁ ଲାଲଙ୍କୁ ଉତ୍ତରାଞ୍ଚଳ ଆଇଜି ଦାୟିତ୍ୱ ଦିଆଯାଇଛି । ଦୀପକ କୁମାରଙ୍କୁ ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି ଦାୟିତ୍ବ ତୁଲାଇବେ। ସତ୍ୟବ୍ରତ ଭୋଇ ପୂର୍ବାଞ୍ଚଳ ରେଂଜ ଆଇଜି ଦାୟିତ୍ୱ ପ୍ରଦାନ କରାଯାଇଛି। ପିନାକ ମିଶ୍ରଙ୍କୁ ପୁରୀ ଏସପି ଦାୟିତ୍ୱ ମିଳିଥିବା ବେଳେ କଟକ ଡିସିପି ହେଲେ କନୱର ବିଶାଲ ସିଂ । ହେଡକ୍ୱାର୍ଟର ଏଆଇଜିପି ଥିବା ବି. ଯୁଗଳ କିଶୋରଙ୍କୁ କେନ୍ଦ୍ରାପଡ଼ା ଏସ୍‌ପି ଭାବେ ବଦଳି କରାଯାଇଛି। କେନ୍ଦ୍ରାପଡ଼ା ଏସ୍‌ପି ମଡକର ସନ୍ଦୀପ ସଂପଦଙ୍କୁ ଢେଙ୍କାନାଳ ଏସ୍‌ପି ଭାବେ ବଦଳି କରାଯାଇଛି। ୨୦୧୪ ବ୍ୟାଚ୍‌ର ଆଇପିଏସ୍ ଅଫିସର ତଥା ରାୟଗଡ଼ା ଏସ୍‌ପି ଥିବା ବିବେକାନନ୍ଦ ଶର୍ମାଙ୍କୁ ରାଜ୍ୟ ପୁଲିସ ମୁଖ୍ୟ କାର୍ଯ୍ୟାଳୟକୁ ଏଆଇଜିପି ଭାବେ ବଦଳି କରାଯାଇଛି। ଦେବଗଡ଼ ଏସ୍‌ପି ପି.କେ ମିଶ୍ରଙ୍କୁ ରାଉରକେଲା ରେଲୱେ ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ରାମ ପ୍ରସାଦ ସାହୁ ହୋଇଛନ୍ତି ଦେବଗଡ଼ ଏସ୍‌ପି। ଜୟପୁର ଏସ୍‌ଡିପିଓ ଥିବା ହରିଶ ବି.ସିଙ୍କୁ ରାୟଗଡ଼ା ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ ୟଶ୍‌ପ୍ରତାପ ଶ୍ରୀମଲ ହୋଇଛନ୍ତି ସୋନପୁର ଏସ୍‌ପି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    32 %
    1.9kmh
    86 %
    Sat
    23 °
    Sun
    31 °
    Mon
    32 °
    Tue
    32 °
    Wed
    33 °

    ସମ୍ବନ୍ଧିତ