Thursday, September 19, 2024
25.2 C
Odisha

    IPS ରାଜେଶ ପଣ୍ଡିତଙ୍କୁ ନିଲମ୍ବନ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ସର୍ବଭାରତୀୟ ପୋଲିସ ସେବା (ଆଇପିଏସ) ଅଧିକାରୀ ଅଥାତ ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗରେ ଡିଆଇଜି ଭାବେ କାର୍ଯ୍ୟରତ  ରାଜେଶ ପଣ୍ଡିତ ଉତ୍ତମରାଓଙ୍କୁ କାର୍ଯ୍ୟରୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଏହି ନିର୍ଦ୍ଦେଶନାମା ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜ୍ୟ ଗୃହ ବିଭାଗକୁ ଏକ ଚିଠି ଲେଖାଯାଇଛି । କ୍ୟାପିଟାଲ ଥାନା ଅଞ୍ଚଳରେ ଘଟିଥିବା ଘଟଣାରେ ରାଜେଶ ନିଜ ପଦ ମର୍ଯ୍ୟାଦାର ଅପବ୍ୟବହାର କରିଥିବା ନେଇ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି । ତେବେ ଏହି ନିର୍ଦ୍ଦେଶନାମା ପରେ ନିଲମ୍ବନ ସମୟରେ ରାଜେଶ ପୋଲିସ ହେଡକ୍ୱାର୍ଟରରେ ରହିବେ । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କ ବିନା ଅନୁମତିରେ ରାଜେଶ ହେଡକ୍ୱାର୍ଟର ଛାଡ଼ି ପାରିବେ ନାହିଁ ବୋଲି କୁହାଯାଇଛି।ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।ରାଜେଶ ନିଜ ପଦ ମର୍ଯ୍ୟାଦାର ଅପବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଥିଲା । ସୂଚନାଯୋଗ୍ୟ ଯେ, ଗତ ୨୭ ତାରିଖରେ  କ୍ୟାପିଟାଲ ଥାନା ଅଞ୍ଚଳରେ ଜଣେ ମହିଳା ଇନ୍ସପେକ୍ଟରଙ୍କ ଘରେ ପଶି ଡିଆଇଜି ରାଜେଶ ଦୁର୍ବ୍ୟବହାର ପ୍ରର୍ଦଶନ କରିଥିଲେ । ଗତକାଲି ରାଜେଶ ଦିଲ୍ଲୀରୁ ଭୁବନେଶ୍ୱର ଫେରିବା ପରେ ତାଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ରାଜେଶଙ୍କ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    91 %
    1.1kmh
    100 %
    Thu
    25 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ