Sunday, November 1, 2026
27.8 C
Odisha

    କାଲି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟାରେ ୩ ଘଣ୍ଟା ବନ୍ଦ ରହିବ ଦର୍ଶନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବୁଧବାର ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ୬ଟାରୁ ରାତ୍ର ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନର ସୌଭାଗ୍ୟ ପାଇବେ ଭକ୍ତ ଶ୍ରଦ୍ଧାଳୁ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.8 ° C
    27.8 °
    27.8 °
    73 %
    1.2kmh
    20 %
    Sun
    28 °
    Mon
    25 °
    Tue
    28 °
    Wed
    26 °
    Thu
    27 °

    ସମ୍ବନ୍ଧିତ