Friday, September 20, 2024
24.1 C
Odisha

    ଆଜି ପବିତ୍ର ଜନ୍ମାଷ୍ଟମୀ, ଶ୍ରୀମନ୍ଦିରରେ ହେବ ସ୍ବତନ୍ତ୍ର ନୀତିକାନ୍ତି

    ଆଗକୁ ପଢନ୍ତୁ

    ପୁରୀ : ଆଜି ପବିତ୍ର ଜନ୍ମାଷ୍ଟମୀ । ଧରାବତରଣ କରିବେ ପ୍ରଭୁ ଶ୍ରୀକୃଷ୍ଣ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପ ଶେଷ ହେବା ପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି କରାଯିବ । ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭ ଉଦକ ବନ୍ଦାପନା କରାଯାଇଥିଲା । ଆଜି ମହାଜନ ସେବକଙ୍କ ଦ୍ବାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ ।

    ଏହାସହ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠବାଡି ମାନଙ୍କରେ ଶ୍ରୀକୃଷ୍ଣ ଜନ୍ମନୀତି କରାଯିବ । ସଂନ୍ଧ୍ୟାଧୂପ ସରିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଭଣ୍ତାର ଘର ସମ୍ମୁଖ ଭାଗରେ ପୂଜାପଣ୍ତା ସେବାୟତ ମାନେ ପଞ୍ଚବର୍ଣ୍ଣ ମୁରୁଜରେ ଜନ୍ମମଣ୍ତଳୀ ଅଙ୍କନ କରିବେ । ସେଠାରେ ସୁନାର କୃଷ୍ଣ ମୁର୍ତ୍ତି ରଖାଯାଇ ଦକ୍ଷିଣ ଘରୁ ମଦନମୋହନଙ୍କୁ ଅଣାଯିବ । ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ । ପରେ ମଦନମୋହନଙ୍କୁ ନାଭିକଟାମଣ୍ତପକୁ ନିଆଯାଇ କୃଷ୍ଣଜନ୍ମ ଠାରୁ ଉପନୟନ ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବ । ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ । ଆଜିଠାରୁ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଆରମ୍ଭ ହୋଇ କଂସବଧ ଲୀଳା ନୀତି ପର୍ଯ୍ୟନ୍ତ ଚାଲୁରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    91 %
    1kmh
    100 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ